ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
28/11/2020 at 11:05 AM

ଭୁବନେଶ୍ବର ୨୮।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୨ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଢେଙ୍କାନାଳ, ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Regret to inform the demise of twelve numbers of Covid positive patients while under treatment in hospitals.
— H & FW Dept Odisha (@HFWOdisha) November 28, 2020
1.A 67-year-old male of Angul district who was also suffering from CCF & Diabetes Mellitus.
2.A 56-year-old male of Angul district.
3.A 65-year-old male of Balasore who was also suffering from CAD Post PTCA, BPH.
— H & FW Dept Odisha (@HFWOdisha) November 28, 2020
4.A 68-year-old male of Bhubaneswar who was also suffering from Diabetes Mellitus, Hypertension & BHP.
5.A 67-year-old male of Bhubaneswar.
6.A 60-year-old male of Bhubaneswar.
7.A 57-year-old male of Dhenkanal district who was also suffering from CKD, Epilepsy.
— H & FW Dept Odisha (@HFWOdisha) November 28, 2020
8.A 72-year-old male of Jajpur district.
9.A 76-year-old male of Sundargarh district who was also suffering from Hypertension, Diabetes Mellitus, CAD & old age.
10.A 60-year-old male of Sundargarh district.
— H & FW Dept Odisha (@HFWOdisha) November 28, 2020
11.A 75-year-old male of Sundargarh district who expired due to Diabetes Mellitus, Pancytopenia.
12.A 78-year-old male of Sundargarh district who expired due to Diabetes Mellitus, Hypertension & CAD.
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୭୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୦୯୭୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୮୧୯୫୮୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।