ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
30/11/2020 at 11:27 AM

ଭୁବନେଶ୍ବର ୩୦।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଏବଂ ନୂଆପଡା ଜିଲ୍ଲାର ୨ ଜଣ ରହିଛନ୍ତି ।
Regret to inform the demise of five numbers of Covid positive patients while under treatment in hospitals.
— H & FW Dept Odisha (@HFWOdisha) November 30, 2020
1.A 35-year-old male of Khordha district who was also suffering from Diabetes Mellitus.
2.A 60-year-old male of Khordha district.
3.A 55-year-old male of Khordha district.
— H & FW Dept Odisha (@HFWOdisha) November 30, 2020
4.A 60-year-old male of Nuapada district.
5.A 50-year-old female of Nuapada district.
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୬୭୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୧୨୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୩୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୯୦୪୫୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।