AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆନନ୍ଦପୁର: ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜାବନ ବଞ୍ଚାଇବାକୁ ଦୌଡିଲେ ଲୋକେ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ଭୁବନେଶ୍ୱର: କମୁଛି ଶୀତ, ବଢୁଛି ତାତି: ଟ୍ୱିନସିଟିରେ ପାରଦ ଉପରମୁହାଁ
  • ||

ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

2/12/2020 at 12:01 PM

ଭୁବନେଶ୍ବର ୨।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୬ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମ ଜିଲ୍ଲାରୁ, ବାଲେଶ୍ବର, ଝାରସୁଗୁଡା, ଖୋର୍ଦ୍ଧା ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୯୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୨୭୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୫୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୯୭୭୯୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts