ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

Published By : Prameya-News7 Bureau | November 02, 2021 IST

ଭୁବନେଶ୍ୱର ୦୨।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩୨୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୪୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମହାମାରୀ କରୋନାରେ ବାଲେଶ୍ଵରରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ଵରରୁ ଜଣେ, ଜଗତସିଂହପୁରରୁ ଜଣେ ଏବଂ ପୁରୀରୁ ଜଣଙ୍କର ମୃତ୍ୟୁ ହୋଇଛି।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୧୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୧୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୯୫୮୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୧୦୭୯୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.