ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୧ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | October 27, 2022 IST

ଭୁବନେଶ୍ୱର ୨୭/୧୦: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୦୦୦୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ବିଭିନ୍ନ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ଜଣେ, ବରଗଡରୁ ଜଣେ, ବଲାଙ୍ଗୀରରୁ ଜଣେ, କଟକରୁ ୮ ଜଣ, ଜଗତସିଂହପୁରରୁ ଜଣେ, କଳାହାଣ୍ଡିରୁ ୨ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ୨ ଜଣ, ମୟୁରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୨ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୭ ଜଣ, ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୦୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୪୧୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୦୪୨୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.