ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୨୩୩ କରୋନା ପଜିଟିଭ୍

Published By : Prameya-News7 Bureau | March 30, 2022 IST

ନୂଆଦିଲ୍ଲୀ ୩୦/୦୩ : କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ । ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

wp:html /wp:html

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୪୭୦୪ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୮୭ ହଜାର ୪୧୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୧୧୦୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.