ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍

24/09/2022 at 9:18 AM

ଭୁବନେଶ୍ୱର ୨୪/୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୦ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୨୯୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୧ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ, କଟକରୁ ୨୩ ଜଣ, ସମ୍ବଲପୁରରୁ ୧୩ ଜଣ, ପୁରୀରୁ ୧୨ ଜଣ, ବାଲେଶ୍ବରରୁ ୧୧ ଜଣ, କଳାହାଣ୍ଡିରୁ ୮ ଜଣ, ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୬ ଜଣ ଲେଖାଁଏ, ଗଜପତି, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଁଏ, କନ୍ଧମାଳରୁ ୪ ଜଣ, ବଲାଙ୍ଗୀର, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଦେବଗଡ଼, ନୂଆପଡ଼ା ଓ ସୋନପୁର ଜିଲ୍ଲରୁ ୨ ଜଣ ଲେଖାଁଏ, ଭଦ୍ରକ, ଢ଼େଙ୍କାନାଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୧ ଜଣ ଆକ୍ରାନ୍ତ ରହିଛନ୍ତିି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୯୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୨୨୯୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୦୨୧୦୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts