Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ୍‌ଙ୍କ ଧମାକାଦାର୍‌ ବ୍ୟାଟିଂ, ହାସଲ କଲେ ୪୪ ତମ ଶତକ
  • ||
  • ଇଷାନ୍‌ କିଷାନ୍‌ଙ୍କ ଜବରଦସ୍ତ ବ୍ୟାଟିଂ, ଦିନିକିଆ କ୍ରିକେଟ୍‌ରେ ହାସଲ କଲେ ପ୍ରଥମ ଦ୍ୱିଶତକ
  • ||
  • ଭୁବନେଶ୍ୱର: ଅର୍ଚ୍ଚନା ନାଗ ଗିରଫ ମାମଲା, କୋର୍ଟଙ୍କ ଅନୁମତି ପରେ ତଥ୍ୟ ଦେଲା ଖଣ୍ଡଗିରି ପୋଲିସ
  • ||
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ଭୁବନେଶ୍ୱରରେ ପହଁଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି, ହୋଟେଲ ମେ’ ଫେୟାରରେ ଭବ୍ୟ ସ୍ୱାଗତ

10/06/2022 at 2:13 PM

ଭୁବନେଶ୍ୱର ୧୦/୦୬:  ଭୁବନେଶ୍ୱରରେ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମ୍ । ରବିବାର ବାରବାଟୀରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ ପାଇଁ ଉଭୟ ଟିମ୍ ଓଡିଶାରେ ଆସି ପହଁଚିଛନ୍ତି । ସେମାନେ ଏକ ସ୍ୱତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଆସି ପହଁଚିଥିଲେ । ସେଠାରୁ ଖେଳାଳି ସ୍ୱତନ୍ତ୍ର ବସ୍ ଯୋଗେ ହୋଟେଲ ମେ ଫାୟାର ଯାଇଛନ୍ତି । ସେଠାରେ ଖେଳାଳିଙ୍କୁ ଭବ୍ୟ ସ୍ୱାଗତ କରାଯିବ ।

ତେବେ ଖେଳାଳିଙ୍କ ସୁରକ୍ଷା ଏବଂ ସ୍ବାଗତ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଖେଳାଳିଙ୍କ ରହଣି ପାଇଁ ମେ ଫେୟାର ପ୍ରସ୍ତୁତ ରହିଛି। ଖେଳାଳିଙ୍କ ସୁରକ୍ଷା ଦାୟିତ୍ବରେ ରହିଛନ୍ତି ୨୧ ପ୍ଲାଟୁନ୍ ପୋଲିସ ଫୋର୍ସ। ଖେଳାଳି ପହଁଚିବା ପୂର୍ବରୁ ଭୁବନେଶ୍ୱର ଡିସିପି ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଥିଲେ । କିଭଳି ଖେଳାଳିଙ୍କୁ କର୍ଡନ କରି ହୋଟେଲ ପର୍ଯ୍ୟନ୍ତ ନିଆଯିବ ସେ ନେଇ ରୁଟ୍ ମ୍ୟାପ ପ୍ରସ୍ତୁତ କରିଥିଲେ । ବିଭିନ୍ନ ସ୍ଥାନରେ ସାଧା ପୋଷାକରେ ମୁତୟନ ହୋଇଛନ୍ତି ପୋଲିସ ।

ସେହିପରି ଭାରତୀୟ ପ୍ଲେୟାରଙ୍କୁ ଅଏଲ ଫ୍ରି ଏବଂ ଫ୍ୟାଟ୍ ଫ୍ରି ଖାଦ୍ୟ ପରସିବା ପାଇଁ ବିସିସିଆଇରୁ ଅର୍ଡର ଆସିଛି । ଦକ୍ଷିଣ ଆଫ୍ରିକା ଖେଳାଳିଙ୍କ ପାଇଁ କଣ୍ଟିନେଣ୍ଟାଲ ଖାଦ୍ୟର ବ୍ୟବସ୍ଥା କରାଯାଇଛି । ଦୁଇ ଦେଶର ପ୍ଲେୟାର ୧୦ ତାରିଖରେ ଭୁବନେଶ୍ବରରେ ପହଞ୍ଚି ରେଷ୍ଟ ନେବେ । ୧୧ ତାରିଖରେ ବାରବାଟୀରେ ପ୍ରାକ୍ଟିସ କରିବେ । ୧୨ରେ ମ୍ୟାଚ୍ ଏବଂ ୧୩ ତାରିଖ ୧୧ଟା ସୁଦ୍ଧା ଖେଳାଳିମାନେ ଦିଲ୍ଲୀ ଫେରିଯିବେ ବୋଲି ସୂଚନା ମିଳିଛି ।

   Related Posts