ବ୍ରହ୍ମପୁର ୨୪/୦୬: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣା । ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡ ନେବା ପାଇଁ କ୍ରାଇମବ୍ରାଞ୍ଚଙ୍କୁ ଅନୁମତି ଦେଲେ କୋର୍ଟ । ଆଜି ଦିନିକିଆ ରିମାଣ୍ଡରେ ୬ ଜଣଙ୍କୁ କ୍ରାଇମବ୍ରାଞ୍ଚ ନେଇ କରିବ ଜେରା ।
ବେଲଗାଁ ଥାନା ଅନ୍ତର୍ଗତ ପାଟପୁର ଗାଁର କୁନାଲ ପ୍ରଧାନ, ହିଞ୍ଜିଳି ଥାନା ଅନ୍ତର୍ଗତ ବାରୁପଦ ଗାଁର ବାବୁରାମ ଦଳାଇ, ଲକ୍ଷ୍ମଣ ପ୍ରଧାନ, ସିକିରି ଗାଁର ଓମ୍ ପ୍ରଧାନ, ଦୀପକ ତରାଇ ଓ ପୁରୁଷୋତ୍ତମପୁରର ପ୍ରମୋଦ ନାୟକଙ୍କୁ ଆଜି ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ।
also read...
ଗୋପାଳପୁର ଗଣଦୁଷ୍କର୍ମ ମାମଲା, କ୍ରାଇମ୍ସ୍ପଟ୍ରେ ସିନ୍ ରିକ୍ରିଏସନ୍ କରିବ କ୍ରାଇମ୍ବ୍ରାଞ୍ଚ
ରିମାଣ୍ଡରେ ଆଣିବା ପରେ କ୍ରାଇମ୍ ସିନ୍ ରିକ୍ରିଏସନ୍ କରିପାରେ ତଦନ୍ତକାରୀ ସଂସ୍ଥା । ଗତ ଶୁକ୍ରବାର ଦିନ ଏହି ୬ ଅଭିଯୁକ୍ତଙ୍କ ବ୍ରହ୍ମପୁର ଜେଲରେ ହୋଇଥିଲା ଟିଆଇ ପରେଡ । ସେପଟେ ୧୫ ଦିନ ମଧ୍ୟରେ ତଦନ୍ତ ଶେଷ କରି କୋର୍ଟରେ ଚାର୍ଜସିଟ୍ ଦାଖଲ କରିବ କ୍ରାଇମବ୍ରାଞ୍ଚ । ମାମଲାର ତ୍ଵରିତ ଫଇସଲା ପାଇଁ ଏହାର ବିଚାର ଫାଷ୍ଟଟ୍ରାକ କୋର୍ଟରେ କରାଯିବ ।