ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ

31/01/2023 at 12:05 PM

ଝାରସୁଗୁଡା ୩୧/୦୧: ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରାଯାଇଥିବା ସ୍ଥାନର ମଙ୍ଗଳବାର ସକାଳୁ ପୁଣି ଯାଞ୍ଚ ଆରମ୍ଭ କରିଛି ସାଇଣ୍ଟିଫିକ ଟିମ୍ । ମେଟାଲ ଡିଟେକ୍ଟର ସାହାଯ୍ୟରେ ଯାଞ୍ଚ ଆରମ୍ଭ କରାଯାଇଥିବାବେଳେ ଫୁଟି ଥିବା ଗୁଳି ଖୋଜୁଛି ସଇଣ୍ଟିଫିକ ଟିମ୍ । ଘଟଣାର ସମସ୍ତ ସୁରାକ୍ ପାଇଁ ପୁଣି ଥରେ ଘଟଣା ସ୍ଥଳରେ ତନାଘନା ଆରମ୍ଭ କରିଛି ସାଇଣ୍ଟିଫିକ ଟିମ ଓ କ୍ରାଇମବ୍ରାଞ୍ଚ ।

ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତ ଗୋପାଳଙ୍କୁ ସାତ ଦିନ ରିମାଣ୍ଡରେ ନେବା ପୋଇଁ କ୍ରାଇମବ୍ରାଞ୍ଚ କୋର୍ଟରେ ଆବେଦନ କରାଯିବ । ତେବେ କାହିଁକି ସେ ମନ୍ତ୍ରୀଙ୍କୁ ଗୁଳି କଲେ ଏବଂ ଏହା ପଛରେ ଆଉ କାହାର ରହିଛି ଏସବୁ ଦିଗକୁ ନେଇ କ୍ରାଇମବ୍ରାଞ୍ଚ ମାମଲାର ତଦନ୍ତ କରୁଛି ।

ସୂଚନାଥାଉକି, ରବିବାର ଝାରସୁଗୁଡ଼ା ସ୍ଥିତ ବ୍ରଜରାଜନଗର ଗାନ୍ଧି ଛକରେ ଥିବା ବିଜେଡି କାର୍ଯ୍ୟାଳୟର ଉଦଘାଟନ କରିବାକୁ ଯାଉଥିବା ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ କର୍ମୀ ଫୁଲମାଳ ପିନ୍ଧାଇ ସ୍ଵାଗତ କରୁଥିବାବେଳେ ଗୁଳିମାଡ କରିଥିଲେ ଗୋପାଳ । ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପ୍ରଥମେ ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଭୁବନେଶ୍ଵର ସ୍ଥିତ ଆପୋଲୋ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ଡାକ୍ତରଙ୍କ ସକଳ ଚେଷ୍ଟା ସତ୍ତ୍ଵେ ନବ ଦାସଙ୍କ ମୃତ୍ୟୁ ହୋଇଥିଲା ।

   Related Posts