ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

29/01/2023 at 2:09 PM

ଭୁବନେଶ୍ୱର ୨୯।୦୧ : ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଘଟଣାକୁ ଦୃଢ ନିନ୍ଦା କରିବା ସହ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଅତି ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ବୋଲି କହିଛନ୍ତି । ଏହାସହିତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । କ୍ରାଇମବ୍ରାଞ୍ଚର ବରିଷ୍ଠ ଅଧିକାରୀଙ୍କୁ ଘଟଣାସ୍ଥଳ ଯାଇ ତଦନ୍ତ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ ଯେ, ରବିବାର ଦିନ ଝାରସୁଗୁଡ଼ା ସ୍ଥିତ ବ୍ରଜରାଜନଗର ଗାନ୍ଧି ଛକରେ ଥିବା ବିଜେଡି କାର୍ଯ୍ୟାଳୟର ଉଦଘାଟନ କରିବାକୁ ଯାଉଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ଜଣେ ପୋଲିସ ଏଏସ୍‌ଆଇ ୪ରୁ ୫ ରାଉଣ୍ଡ ଗୁଳିମାଡ଼ କରିଛନ୍ତି । ଯେଉଁଥିରେ ନବ ଦାସ ଘଟଣାସ୍ଥଳରେ ହିଁ ପଡ଼ିଯାଇଥିଲେ । ପରେ ସେଠାରୁ ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଆଉ ଏବେ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଉଛି

ସେହିପରି ଅନ୍ୟପଟେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରିଥିବା ଏଏସ୍‌ଆଇ ଗୋପାଳ ଦାସଙ୍କୁ ଅଟକ ରଖିଛି ପୋଲିସ । ଗୋପାଳ ଦାସ ଗାନ୍ଧୀ ଛକରେ ଥିବା ଫାଣ୍ଡରେ କାର୍ଯରତ ଥିଲେ । ତେବେ ଏଏସଆଇ ଜଣକ କ’ଣ ପାଇଁ ଗୁଳି କରିଛନ୍ତି । ତାହାର କାରଣ ଅସ୍ପଷ୍ଟ ରହିଛି । ପୋଲିସ ତଦନ୍ତ କରୁଛି ।

   Related Posts