ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ ଛାନ୍‌ଭିନ୍‌, ଘଟଣାସ୍ଥଳରେ କ୍ରାଇମବ୍ରାଞ୍ଚ ଓ ସାଇଣ୍ଟିଫିକ୍‌ ଟିମ୍‌

31/01/2023 at 12:18 PM

ଝାରସୁଗୁଡ଼ା ୩୧।୦୧ : ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ ଛାନ୍‌ଭିନ୍‌ । ସୋମବାର ସକାଳୁ ପୁଣି ଘଟଣାସ୍ଥଳରୁ ଯାଞ୍ଚ ଆରମ୍ଭ କରିଛି ସାଇଣ୍ଟିଫିକ୍‌ ଟିମ୍‌ ।  ମେଟାଲ ଡିଟେକ୍ଟର ସହାୟତାରେ ଯାଞ୍ଚ ଆରମ୍ଭ କରାଯାଇଥିବା ବେଳେ ଫୁଟି ଥିବା ଗୁଳି ବି ଖୋଜୁଛି ସାଇଣ୍ଟିଫିକ୍‌ ଟିମ୍‌ । ଘଟଣାର ସମସ୍ତ ସୁରାକ ପାଇଁ ପୁଣି ଯାଇ ତନାଘନା ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ ଓ ସାଇଣ୍ଟିଫିକ୍‌ ଟିମ୍‌ ।

ଖବର ଅନୁଯାୟୀ, ରବିବାର ଦିନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗାନ୍ଧି ଛକ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି ମାରିଥିଲେ । ଯେଉଁଥିରେ ନବ ଦାସ ଘଟଣାସ୍ଥଳରେ ହିଁ ଟଳିପଡିଥିଲେ । ପରେ ନବ ଦାସଙ୍କୁ ଏୟାରଲିଫ୍ଟ ଜରିଆରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା ।

ସେପଟେ କିନ୍ତୁ ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଥିଲେ । କ୍ରାଇମବ୍ରାଞ୍ଚ ସେହି ଦିନ ରାତିରୁ ହିଁ ଛାନ୍‌ଭିନ୍‌ ଆରମ୍ଭ କରିଥିଲା । ପ୍ରଥମେ ଗିରଫ ହୋଇଥିବା ଏଏସ୍‌ଆଇ ଗୋପାଳ ଦାସଙ୍କୁ ଜେରା କରିଥିଲା । ଆଉ ପରେ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲା । ଆଉ ଏବେ ପୁଣି ଥରେ ଅଧିକ ତଥ୍ୟ ପାଇଁ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରୁଛି କ୍ରାଇମବ୍ରାଞ୍ଚ ଓ ସାଇଣ୍ଟିଫିକ୍‌ ଟିମ୍‌ ।

   Related Posts