ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ନବ ଦାସ ହତ୍ୟା ମାମଲା, ବଡ଼ମାଳ ଥାନାରେ ପୁଣି କ୍ରାଇମବ୍ରାଞ୍ଚ ଟିମ୍‌

2/02/2023 at 2:33 PM

ଝାରସୁଗୁଡ଼ା ୦୨।୦୨ : ପୁଣି ଥରେ ବଡ଼ମାଳ ଥାନାରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଟିମ୍। ବଡ଼ମାଳ ଥାନାରେ ଥିବା ନବ ଦାସଙ୍କ ଗାଡ଼ିର ପୁଣି ଥରେ ଟିକିନିଖି ଯାଞ୍ଚ କରୁଛି ଫରେନସିକ ଟିମ। ବୁଧବାର ବି ନବ ଦାସ ବସିଥିବା ଗାଡ଼ିର ହୋଇଥିଲା ଯାଞ୍ଚ। ଆଜି କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ଗାଡ଼ିରେ ବିଭିନ୍ନ ଜିନିଷ ପତ୍ର ଯାଞ୍ଚ କରୁଛି। ଗୁଳି ଖୋଜିବା ସହ ରକ୍ତ ଛିଟା ଆଦିର ଯାଞ୍ଚ କରୁଛି କ୍ରାଇମବ୍ରାଞ୍ଚ ଟିମ୍। ଘଟଣାସ୍ଥଳରେ ଫରେନସିକ ଟିମ୍ ସହ କ୍ରାଇମବ୍ରାଞ୍ଚ ଅଧିକାରୀ ଉପସ୍ଥିତ ଅଛନ୍ତି ।

ସୂଚନାଯୋଗ୍ୟ ଯେ, ରବିବାର ଦିନ ନବ ଦାସ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ ଗାନ୍ଧୀଛକ ଏଏସ୍‌ଆଇ ଗୋପାଳ ଦାସ ଗୁଳି ମାରିଥିଲେ । ଯାହାଫଳରେ ନବ ଦାସ ଘଟଣାସ୍ଥଳରେ ହିଁ ଟଳିପଡିଥିଲେ । ସେଠାରୁ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା । ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ହିଁ ନବ ଦାସଙ୍କ ମୃତ୍ୟୁ ହୋଇଥିଲା ।

ତେବେ ରାଜ୍ୟରେ ଜଣେ ମନ୍ତ୍ରୀଙ୍କୁ ଦିନ ଦ୍ୱିପହରରେ ଗୁଳି କରି ହତ୍ୟା କରିବା ଘଟଣାକୁ ଗୁରୁତ୍ୱ ସହ ନେଇଥିଲେ ରାଜ୍ୟ ସରକାର । ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚକୁ ଦିଆଯାଇଥିଲା । କ୍ରାଇମବ୍ରାଞ୍ଚର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛନ୍ତି ।

   Related Posts