ରାଜ୍ୟରେ ଅଘୋଷିତ ବିଦ୍ୟୁତ୍ କାଟ୍ ପ୍ରସଙ୍ଗ, ମୁଖ୍ୟ ଶାସନ ସଚିବ ଡାକିଲେ ଜରୁରୀ ବୈଠକ
10/06/2023 at 2:25 PM

ଭୁବନେଶ୍ୱର ୧୦।୦୬ : ରାଜ୍ୟରେ ଅଘୋଷିତ ବିଦ୍ୟୁତ୍ କାଟ ପ୍ରସଙ୍ଗ । ଜରୁରୀ ବୈଠକ ଡାକିଲେ ମୁଖ୍ୟ ଶାସନ ସଚିବ । ଆସନ୍ତା ସୋମବାର ବୈଠକ ଡାକିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଲୋକସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ ।
ବୈଠକରେ ରାଜ୍ୟର ୪ ବିତରଣ କମ୍ପାନୀର ସିଇଓଙ୍କୁ ଡକାଯାଇଥିବା ସୂଚନା ମିଳିଛି । ରାଜ୍ୟରେ ବାରମ୍ବାର ବିଦ୍ୟୁତ୍ କାଟ ହେଉଥିବାରୁ ଏହାର କିପରି ସମାଧାନ କରାଯିବ ସେନେଇ ବୈଠକରେ ସମୀକ୍ଷା କରାଯିବ । ରାଜ୍ୟରେ ବାରମ୍ବାର ଅଘୋଷିତ ବିଦ୍ୟୁତ୍ କାଟ ନେଇ ଅଭିଯୋଗ ଆସୁଛି ।
ଗତ ଗୁରୁବାର କାଳବୈଶାଖୀ ବର୍ଷା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍ କାଟ ହୋଇଥିଲା । ଏହାକୁ ନେଇ ଉଦବେଗ ପ୍ରକାଶ କରିଥିଲେ ମୁଖ୍ୟ ଶାସନ ସଚିବ । ଯଦି କାଳବୈଶାଖୀରେ ଏମିତି, ତେବେ ବାତ୍ୟା ହେଲେ କ’ଣ ଅବସ୍ଥା ହେବ ବୋଲି ସେ ପ୍ରଶ୍ନ କରିଥିଲେ ।
You Can Read :