ଧୀରେ ଧୀରେ ଟଳୁଛି ବାତ୍ୟା ବିପଦ, ସି-ତ୍ରଙ୍ଗ ଏବେ ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ

Published By : Prameya-News7 Bureau | October 20, 2022 IST

ଭୁବନେଶ୍ୱର ୨୦/୧୦: ଓଡ଼ିଶା ଛୁଇଁ ନପାରେ ବାତ୍ୟା । ଏହା ଓଡ଼ିଶା ଉପକୂଳରୁ କିଛି ଦୂରରେ ଘସି ହୋଇ ଚାଲିଯିବ । ବାତ୍ୟା ଏବେ ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ । ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି।

ସୃଷ୍ଟ ଘୂର୍ଣ୍ଣିବଳୟ ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବା ଆଶଙ୍କା ରହିଛି। ଏହା ପଶ୍ଚିମ ଉତ୍ତର ପଶ୍ଚମ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଏହା ପରେ ୨୪ ତାରିଖ ଆଡ଼କୁ ଏହା ପୁଣି ଉତ୍ତର ଦିଗକୁ ଗତି କରି ପଶ୍ଚିମ କେନ୍ଦ୍ରୀୟ ଅଂଚଳରେ ଘନୀଭୂତ ହୋଇପାରେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.