oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଶେଷ ହେଲା ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା, ବାଲେଶ୍ବରରୁ ମୟୂରଭଞ୍ଜ ଆଡକୁ ମୁହାଁଇଲା

26/05/2021 at 2:17 PM

ଭୁବନେଶ୍ବର ୨୬।୫: ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଛି । ସକାଳ ୯ଟାରେ ଆରମ୍ଭ ହୋଇଥିବା ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଥିବା ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ସକାଳ ୧୦ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଏହା ଉପକୂଳ ଅତିକ୍ରମ କରିଥିଲା । ବାତ୍ୟା ‘ୟାସ୍’ ଏବେ ସ୍ଥଳଭାଗରେ ଆଗକୁ ଆଗକୁ ମାଡି ଚାଲିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହୋଇଯିବ । ବର୍ଷାର ପରିମାଣ କମିଲେ ମଧ୍ୟ ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି ।

ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ଧିରେ ଧିରେ କମିବାରେ ଲାଗିଛି, କିନ୍ତୁ ବର୍ଷା ଜାରି ରହିବ । ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଯାଜପୁର ଜିଲ୍ଲାରେ ବିଶେଷ କ୍ଷୟକ୍ଷତି ହୋଇଥିବା କହିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ବାତ୍ୟା ୟାସ୍ ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟାପ୍ରତି ୧୩୦ରୁ ୧୫୦ କି.ମି ଥିଲା । ଆଗାମୀ ୩ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହେବ । ପବନର ବେଗ ହ୍ରାସ ପାଇ ୯୦ କି.ମିରୁ ୧୦୦କି.ମି.କୁ ଖସିବ । ପରବର୍ତ୍ତୀ ୬ ଘଣ୍ଟାରେ ପବନର ବେଗ ୬୦କି.ମି.କୁ ଖସିବ । ଏହାପରେ ୨୭ ତାରିଖ ସକାଳେ ଏହା ଡିପ୍ ଡିପ୍ରେସନ ହୋଇ ଝାଡଖଣ୍ଡ ମୁହାଁ ହେବ । ତେବେ ଆସନ୍ତା ୧୨ଘଣ୍ଟା ଯାଏଁ ପ୍ରବଳ ବର୍ଷା ଲାଗି ରହିବ ।

   Related Posts