ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ ! ଘୂର୍ଣ୍ଣିବଳୟର ରୂପ ନେବ ବାତ୍ୟା ୱିଫାର ଅବଶିଷ୍ଟାଂଶ

Published By : Prameya-News7 Bureau | July 22, 2025 IST

ଭୁବନେଶ୍ବର ୨୨।୭: ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ବାତ୍ୟା ୱିଫାର ଅବଶିଷ୍ଟାଂଶ ଏକ ଘୂର୍ଣ୍ଣିବଳୟ ରୂପରେ ପ୍ରବେଶ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ତେବେ ଏହା ପ୍ରଭାବରେ ୨୩ରୁ ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୩ରେ କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ  ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ । 

୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ  ପ୍ରବଳ ବର୍ଷା ଆଶଙ୍କା ଅଛି । 

୨୫ ତାରିଖରେ ଝାରସୁଗୁଡ଼ା,  ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ  କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, ସୋନପୁର, ବୌଦ୍ଧ,  ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ଦେବଗଡ଼,  ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଯାଜପୁରରେ ପ୍ରବଳ  ବର୍ଷା ହୋଇପାରେ । ୨୬ ତାରିଖରେ ମଧ୍ୟ କିଛି  ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି ।  

You Can Read:

ବଳଙ୍ଗା ଥାନା ଅଧିକାରୀଙ୍କ ଆଲୋଚନା କଲେ କଂଗ୍ରେସ ଟିମ୍, ପୀଡ଼ିତାଙ୍କ ଘର ଓ କ୍ରାଇମ୍ ସ୍ପଟ୍‌କୁ ଗଲେ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.