ଭୁବନେଶ୍ୱର ୧୧।୧୦ : ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ଆଗକୁ ଉତ୍ତର ଆଣ୍ଡାମାନକୁ ଅଗ୍ରସର ହୋଇପାରେ। ଫଳରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବ ସେତେଟା ରହିବ ନାହିଁ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲଗାଣ କିମ୍ବା ବଡ଼ ବର୍ଷା ସମ୍ଭାବନା କମ୍ ରହିଛି। ଏନେଇ ଆଇଏମଡି ପକ୍ଷରୁ ଆକଳନ କରାଯାଇଛି। ମୁଖ୍ୟତଃ ଦଶହରାରେ ପାଗ ଶୁଖିଲା ରହିବ ।

ଆସନ୍ତା ୫ଦିନ ପର୍ଯ୍ୟନ୍ତ ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନପାରେ । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିୟମିତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ଅଛି । ଗଞ୍ଜାମରୁ ବାଲେଶ୍ୱର ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ଓ ପାଖ ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ଜାଗାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା, ପବନ ହୋଇପାରେ ।

Also Read:-Saudi Arabia Attack: ରିୟାଦ ଏୟାରପୋର୍ଟରେ ହୁତିଙ୍କ ଆକ୍ରମଣ; ୧୨ ମୃତ, ୩୦୦ରୁ ଅଧିକ

ଆକଳନ ଅନୁସାରେ, ଟ୍ରଫଲାଇନ ବା ପୂର୍ବପଟୁ ପବନ ପ୍ରବାହ ଯୋଗୁ ୧୩ ତାରିଖରୁ ଓଡ଼ିଶାରେ ପାଗ ବଦଳିପାରେ। ୧୩ ରାତିରୁ ୧୫ ତାରିଖ ରାତି କିମ୍ବା ୧୬ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ରହିପାରେ । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ ।

ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଓଡ଼ିଶାର ଉପକୂଳ ଜିଲ୍ଲାଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ପଶୁପାଳକଙ୍କ ଆକଳନ ଅନୁସାରେ ୧୩ ରେ ଲଘୁଚାପ ସୃଷ୍ଟି ହେବା ପରେ ୧୪ ରୁ ୧୬ ତାରିଖ ଭିତରେ ଏହା ଅଧିକ ସଂଗଠିତ ହୋଇ କେନ୍ଦ୍ରୀୟ କିମ୍ବା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିପାରେ । ୧୬ ତାରିଖ ବେଳକୁ ବର୍ଷାର ପରିମାଣ କମିବା ସହ ପାଗ ଶୁଖିଲା ରହିପାରେ ।

Watch Video:-