ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବଢିଲା
14/02/2020 at 10:40 AM

ଭୁବନେଶ୍ବର ୧୪।୨: ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା । ୫ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ବର୍ଦ୍ଧିତ ମହଙ୍ଗା ଭତ୍ତା । ୭ମ ବେତନ କମିଶନର ବକେୟା ଅର୍ଥରୁ ୧୦ପ୍ରତିଶତ ଦେବାକୁ ଘୋଷଣା କରିଥିଲେ ରାଜ୍ୟ ସରକାର ।
ମହଙ୍ଗା ଭତ୍ତା ବୃଦ୍ଧି କରି ରାଜ୍ୟର ସରକାରୀ କର୍ମଚାରୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସପ୍ତମ ବେତନ କମିଶନଙ୍କ ଆଧାରରେ ମହଙ୍ଗା ଭତ୍ତା ବଢାଇବା ସହ ବକେୟା ଥିବା ୧୦ ପ୍ରତିଶତକୁ ମଧ୍ୟ ମଞ୍ଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
Related Posts
ସ୍ତ୍ରୀ ହତ୍ୟାକାରୀ ସ୍ୱାମୀକୁ ଆଜୀବନ କାରାଦଣ୍ଡ ଦେଲେ ଅଦାଲତ
31 January 2023
ଟ୍ୟୁସନ୍ ଶିକ୍ଷକଙ୍କ ମୃତ୍ୟୁ ଖବର ପାଇ ଆତ୍ମହତ୍ୟା କଲେ ଛାତ୍ରୀ
31 January 2023