ମାରଣାସ୍ତ୍ର ଦେଖାଇ ଡକାୟତି, ଆଲମାରୀ ଭାଙ୍ଗି ୬ ଲକ୍ଷ ଟଙ୍କା ସହ ନେଇଗଲେ ସୁନାଗହଣା
29/05/2023 at 11:52 AM

ଧର୍ମଗଡ ୨୯।୫: ମାରଣାସ୍ତ୍ର ଦେଖାଇ ଡକାୟତି । ଆଲମାରୀ ଭାଙ୍ଗି ୬ଲକ୍ଷ ଟଙ୍କା ସହ ଲୁଟିନେଲେ ସୁନାଗହଣା । କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରର ଜଗନ୍ନାଥ ପଡ଼ାରେ ଘଟିଛି ଡକାୟତି ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ସୁବାଷ ଅଗ୍ରୱାଲଙ୍କ ଘରେ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି । ମାରଣାସ୍ତ୍ର ଦେଖାଇ ସଶସ୍ତ୍ର ଡକାୟତି ହୋଇଛି । ପରିବାର ଲୋକଙ୍କ କହିବା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ପ୍ରାୟ ୯ ଜଣ ଦୁର୍ବୃତ୍ତ ଘରକୁ ପଶି ଆସି ମାରଣାସ୍ତ୍ର ଦେଖାଇ ପରିବାର ସମସ୍ତ ସଦସ୍ୟଙ୍କୁ ବାନ୍ଧି ଘରେ କଳାକନା ବୁଲାଇଛନ୍ତି ଡକାୟତ । ଘରେ ଥିବା ଆଲମାରୀ ଭାଙ୍ଗି ପ୍ରାୟ ୬ ଲକ୍ଷ ନଗଦ ଟଙ୍କା ଓ ସୁନାଗହଣା ନେଇ ଚମ୍ପଟ ମାରିଥିବା ଜଣାପଡିଛି ।

ତେବେ ଆସିଥିବା ୯ ଜଣ ଡକାୟତ ହିନ୍ଦୀ ଓ ବିହାରୀ ଭାଷାରେ କଥାବାର୍ତ୍ତା କରୁଥିବା ପରିବାର ଲୋକେ ସୂଚନା ଦେଇଛନ୍ତି । ଖବର ପାଇ ଘଟଣାସ୍ଥଳରେ କେସିଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି l
You Can Read :