ଚୋରି ହୋଇଗଲା ଦଶମୂଳ ମୋଦକ, ଶ୍ରୀଜିଉଙ୍କୁ ଲାଗି କରାଗଲା ମାରା ମହୌଷଧୀ

Published By : Prameya-News7 Bureau | June 24, 2025 IST

ପୁରୀ ୨୪/୦୬: ମହାପ୍ରଭୁଙ୍କ ନୀତିରେ ପୁଣି ମହାବିଭ୍ରାଟ । ଚୋରି ହୋଇଗଲା ଦଶମୂଳ ମୋଦକ । ଶ୍ରୀଜିଉଙ୍କୁ ଲାଗି କରାଗଲା ମାରା ମୋଦକ । ୭୦ଟି ମୋଦକ ଚୋରି ହୋଇଯାଇଥିବା ଅଭିଯୋଗ ହୋଇଛି । କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଛନ୍ତି ବଳଭଦ୍ରଙ୍କ ବାଡ଼ଗ୍ରାହୀ ହଳଧର ଦାସ ମହାପାତ୍ର । 

ଅଣବସରର ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରୀ । ଗାରଦ ଘରୁ ଚୋରୀ କରିନେଲେ ଅମୁଣିଆ ମୋଦକ। ଶ୍ରୀମନ୍ଦିର ଗାରଦରେ ଜମାଥିବା ଦଶମୂଳ ମୋଦକ ଚୋରି ଅଭିଯୋଗ। ରାଜବୈଦ୍ୟ ଦେଇଥିବା ସମୁଦାୟ ୩୧୩ଟି ଅମୁଣିଆ ମୋଦକରୁ ୭୦ଟି କମ୍ ଥିବା ଦେଖିବାକୁ ମିଳିଥିଲା । 

ସୂଚନା ଥାଉକି, ସ୍ନାନ ପୂର୍ଣ୍ଣିମାରେ ମହାସ୍ନାନ ପରେ ଜ୍ବରରେ ପଡ଼ିଛନ୍ତି ମହାପ୍ରଭୁ । ସୁସ୍ଥ ହେବା ପାଇଁ ପାରମ୍ପରିକ ପଦ୍ଧତିରେ ଚାଲିଛି ଚିକିତ୍ସା । ଫୁଲୁରି ତେଲ ଲାଗି ପରେ ରାଜବୈଦ୍ୟ ଦଶମୂଳ ମୋଦକ ଗାରଦରେ ଦାଖଲ କରିବାର ପରମ୍ପରା ଥାଏ । ତେବେ ଅଣବସର ଏକାଦଶୀରେ ଅର୍ଥାତ ଗତ ୨୧ ତାରିଖ ରାତିରେ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ଦଶମୂଳ ମୋଦକ ଲାଗି ହେବାର ବିଧି ଥିବାବେଳେ ୭୦ ଟି କମ୍ ଥିବା ଦେଖିବାକୁ ମିଳିଥିଲା। 

ତେବେ ମାରା ହୋଇଯାଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା, ଏହି ଅପରାଧ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି କଲେ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର । ଏହି ଚିଠିର ଏକ ନକଲ ଶ୍ରୀମନ୍ଦିର କମାଣ୍ଡର ,,ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କୁ ଅବଗତ କରାଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.