କେନାଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
23/07/2019 at 9:06 AM

କଟକ ୨୩|୭: କଟକ ତାଳଦଣ୍ଡା କେନାଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ଦେହରେ ଅନେକ ସ୍ଥାନରେ କ୍ଷତ ଚିହ୍ନ ରହିଛି । ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସର ତଦନ୍ତ ଜାରି ।

ସୂଚନାଯୋଗ୍ୟ ଯେ, କଟକ ତାଳଦଣ୍ଡା କେନାଲ ନିକଟରେ ମୃତଦେହ ପଡିଥିବାର ସ୍ଥାନୀୟ ଲୋକେ ଦେଖିଥିଲେ । ପରେ ମୃତଦେହ ପଜିଥିବା ନେଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ମଙ୍ଗଳାବାଗ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଯୁବକଙ୍କ ଦେହରେ ଅନେକ ସ୍ଥାନରେ କ୍ଷତ ଚିହ୍ନ ରହିଛି । ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାର ଅଧିକ ତଦନ୍ତ କରୁଛି ପୋଲିସ । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ ।