Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିମିଳିପାଳ ଉପରମୁଣ୍ଡରେ ପ୍ରବଳ ବର୍ଷା, ଖୋଲିଲା କାଳ ଡ୍ୟାମ୍ ଗେଟ୍
  • ||
  • ପାଣି ଘେରରେ ଚାନ୍ଦବାଲି ବ୍ଲକର ୨୦ ଗାଁ, ଦୁର୍ବଳ ନଦୀବନ୍ଧ ପାଇଁ ଚିନ୍ତାରେ ଲୋକେ
  • ||
  • ଦେଶରେ ଉପର ତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୪୦୯୨ କରୋନା ପଜିଟିଭ୍
  • ||
  • ଆଉ ନାହାନ୍ତି ବିଶିଷ୍ଠ ଶିଳ୍ପପତି ତଥା ଭାରତର ୱାରେନ୍ ବଫେଟ୍‌ ରାକେଶ ଝୁନଝୁନୱାଲା: ୬୨ ବର୍ଷ ବୟସରେ ମୁମ୍ବାଇରେ ପରଲୋକ
  • ||
  • ମହାନଦୀ ଫୁଲୁଛି : ବୌଦ୍ଧରେ ବନ୍ୟା ସ୍ଥିତି, ହରଭଙ୍ଗା ବ୍ଲକ୍‌ର ୫୫ ଗାଁ ପ୍ରଭାବିତ
  • ||
  • କୁଲଗାମରେ ଆତଙ୍କବାଦୀଙ୍କ ଗ୍ରେନେଡ୍ ମାଡ, ଜଣେ ପୋଲିସ କର୍ମୀ ସହିଦ
  • ||
  • ଏସିଆ କପ୍ ପାଇଁ କୋହଲି ପ୍ରସ୍ତୁତ : ଇନଡୋର୍ ଷ୍ଟାଡିୟମରେ କଲେ ଜୋରଦାର ଅଭ୍ୟାସ
  • ||

ଘର ଭିତରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ…

21/03/2021 at 5:50 PM

କେନ୍ଦୁଝର ୨୧/୦୩ : କେନ୍ଦୁଝର ଜିଲ୍ଲା ବାରିଆ ଥାନା ଜ୍ୟୋତିପୁର ଗାଁରେ ଏକ ବନ୍ଦ ଘର ଭିତରୁ ଜଣେ  ମହିଳାଙ୍କ ସନ୍ଦେହଜନକ ମୃତ ଦେହ ଠାବ କରାଯାଇଛି । ମୃତକ ମହିଳା ହେଉଛନ୍ତି ଜ୍ୟୋତିପୁର ଗାଁର ସନୁ ନାଏକଙ୍କ ପତ୍ନୀ ସବିତା ନାଏକ । ପାରିପାର୍ଶ୍ବିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି ।

ମୃତ ମହିଳାଙ୍କ ସ୍ୱାମୀ ସନୁ ନାଏକ ଜଣେ ଡ୍ରାଇଭର । ଅଧିକାଂଶ ସମୟରେ ପତ୍ନୀ ସବିତା ଏକାକୀ ଘରେ ରହୁଥିଲେ । ଶନିବାର ରାତିରେ ସ୍ୱାମୀ ସନୁ ନାଏକ ବାହାରେ ଥିବାବେଳେ ସବିତା ଘରେ ଥିଲେ । ଦୀର୍ଘ ସମୟ ଧରି ଘର ଭିତରେ ବନ୍ଦ ହୋଇ ରହିବା ଏବଂ କବାଟ ନଖୋଲିବାରୁ ଗାଁ ଲୋକଙ୍କ ସନ୍ଦେହ ହୋଇଥିଲା । ବାଧ୍ୟହୋଇ  ଗ୍ରାମବାସୀ ପୋଲିସକୁ ସୂଚନା ଦେଇଥିଲେ ।

ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉକ୍ତ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି । ପାରିପାର୍ଶ୍ବିକ ସ୍ଥିତିରୁ ତାଙ୍କୁ କେହି ଶ୍ବାସରୁଦ୍ଧକରି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସାଇଣ୍ଟିଫିକ୍ ଟିମ୍ ସହାୟତାରେ ବାରିଆ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts