ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

୧୬ଟି ଦେଶର ପ୍ରତିନିଧିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ, ଓଡିଶାରେ ଥିବା ସୁବିଧା ବିଷୟରେ କରାଇବେ ଅବଗତ

29/08/2022 at 1:33 PM

ଭୁବନେଶ୍ୱର ୨୯।୦୮: ଆସନ୍ତା ୩୧ ତାରିଖରେ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହେବେ ୧୬ଟି ଦେଶର ପ୍ରତିନିଧି । ଓଡିଶାରେ ପୁଞ୍ଜି ନିବେଶ କଲେ କଣ କଣ ସୁବିଧା ପ୍ରଦାନ କରାଯାଉଛି । ସେନେଇ ନିବେଶକାରୀଙ୍କୁ ବିସ୍ତୃତ ଭାବରେ ମୁଖ୍ୟମନ୍ତ୍ରୀ ଜଣାଇବେ ବୋଲି କହିଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାପ ଦେବ ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ମେକ୍ ଇନ୍ ଓଡିଶାର ପ୍ରଥମ ସଂସ୍କରଣ ଦୁବାଇରେ ହୋଇଥିବା ବେଳେ ଦ୍ବିତୀୟ ସଂସ୍କରଣ ଅହମ୍ମଦାବାଦରେ ହୋଇଥିଲା । ଏବେ ତୃତୀୟ ସଂସ୍କରଣ ଦିଲ୍ଲୀରେ ହେବାକୁ ଯାଉଛି । ଏହି ନିବେଶ ସଂସ୍କରଣରେ ଦିଲ୍ଲୀ ଆଖପାଖର ଶିଳ୍ପପତିଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ଏହି ନିବେଶ ସମାବେଶର ବିଜିନେସ ପାର୍ଟନର ହୋଇଛି FICCI  । ଦୁବାଇରୁ ୨୧ହଜଜାର ୩ଶହ କୋଟି ଟଙ୍କାର ପୁଞ୍ଜି ଆସିଛି । ଅନେକ ଶିଳ୍ପପତିମାନେ ୨୦୧୬ରୁ ମେକ ଇନ ଓଡିଶା କାର୍ଯ୍ୟକ୍ରମ ସହ ଯୋଡି ହୋଇଛନ୍ତି । ଓଡିଶାରେ ବ୍ୟାପକ ପୁଞ୍ଜି ନିବେଶ ହେଲେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ବେକାରୀ ସମସ୍ୟା ଦୂର ହେବ ।

   Related Posts