oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଭାରତ ବନ୍ଦ ସମର୍ଥନ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ : ଦେବୀ ମିଶ୍ର

7/12/2020 at 12:52 PM

ଭୁବନେଶ୍ବର ୭।୧୨: ଭାରତ ବନ୍ଦକୁ ବିଜୁ ଜନତା ଦଳ ସମର୍ଥନ ଦେବ କି ନାହିଁ ତାହା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ । କିନ୍ତୁ ଚାଷୀ ସମସ୍ୟା ପ୍ରତି ଆମ୍ଭର ନୈତିକ ସମର୍ଥନ ରହିଛି ବୋଲି ବିଜେଡି ଉପସଭାପତି ଦେବୀ ମିଶ୍ର କହିଛନ୍ତି । ସେ କହିଛନ୍ତି ଯେ, ଆମେ ଆମର ଆଭିମୁଖ୍ୟ ସଂସଦରେ ସ୍ପଷ୍ଟ କରିଛୁ । ବିଜେଡି ସବୁବେଳେ ଚାଷୀଙ୍କ ସହ ରହିଛି ବୋଲି ଦେବୀ ମିଶ୍ର କହିଛନ୍ତି ।

ସୂଚନାଯୋଗ୍ୟ ଯେ, ନୂଆ କୃଷି ଆଇନକୁ ବିରୋଧ କରି ଦେଶର ବିଭିନ୍ନ କୃଷକ ସଂଗଠନ ତରଫରୁ ଆସନ୍ତା ୮ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଗତ ୧୧ଦିନ ହେଲା ରାଜଧାନୀରେ ବିଭିନ୍ନ କୃଷକ ସଂଗଠନମାନେ ସରକାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରଖିଛନ୍ତି । ସରକାର ଓ କୃଷକଙ୍କ ମଧ୍ୟରେ ୫ମ ଥର ପାଇଁ ବୈଠକ ବସି ସାରିଲାଣି, କିନ୍ତୁ କୌଣସି ସୁଫଳ ମିଳୁନାହିଁ । ଡିସେମ୍ବର ୯ରେ ଆଗାମୀ ବୈଠକ ବସିବ ।

କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରାକୁ ଦେଶର ୧୧ଟି ରାଜନୈତିକ ଦଳ ସମର୍ଥନ କରୁଛନ୍ତି । ଏହି ସବୁ ଦଳ ମଧ୍ୟରେ କଂଗ୍ରେସ, ଆରଜେଡ଼ି, ଟିଏମସି, ସମାଜବାଦୀ ପାର୍ଟି, ଆମ୍ ଆଦମୀ ପାର୍ଟି, ଟିଆରଏସ, ରାଷ୍ଟ୍ରୀୟ ଲୋକତାନ୍ତ୍ରିକ ପାର୍ଟି ରହିଛନ୍ତି । 

   Related Posts