କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ସକ୍ରିୟ, ବାଂଲାଦେଶ ମୁହାଁ ବାତ୍ୟା

Published By : Prameya-News7 Bureau | May 25, 2024 IST

ଭୁବନେଶ୍ବର ୨୫/୫: କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ସକ୍ରିୟ । ଶନିବାର ସଂଧ୍ୟାସୁଦ୍ଧା ନେବ ବାତ୍ୟାର ରୂପ । ୨୬ ତାରିଖ ସଂଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ପରେ ମଧ୍ୟରାତିରେ ସାଗର ଦ୍ବୀପ ଓ ଖେପୁପରା ମଧ୍ୟରେ ବାଂଲାଦେଶ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳରେ ଭୀଷଣ ବାତ୍ୟା ହୋଇ ଅତିକ୍ରମ କରିବ । ଅବପାତଟି ଭୀଷଣ ବାତ୍ୟାରେ ପରିଣତ ହେବା ପରେ ପବନର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ ରହିବ । ସମୁଦ୍ର ଅଶାନ୍ତ ପାଇଁ ୨୭ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ୪ଟି ବନ୍ଦରକୁ ୧ ନମ୍ବର ବିପଦ ସଂକେତ ଦିଆଯାଇଛି ।

ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ନଥିଲେ ମଧ୍ୟ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ।୪ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା ,ଭଦ୍ରକ ଓ ବାଲେଶ୍ବରରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ୩ ଜିଲ୍ଲା ବାଲେଶ୍ବର,ଭଦ୍ରକ ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।


You Can Read:

ଜାରି ରହିଛି ତୃତୀୟ ପର୍ଯ୍ୟାୟ ମତଦାନ, ଦିନ ୩ଟା ସୁଦ୍ଧା ୪୮.୪୪% ଭୋଟିଂ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.