Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ, ଆନ୍ଦୋଳନ ଚେତାବନୀ ଦେଲେ ଶିକ୍ଷକ ଏବଂ ଶିକ୍ଷୟିତ୍ରୀ

19/11/2022 at 8:31 PM

ମାର୍ଶାଘାଇ: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବ୍ଲକ ଶିକ୍ଷାଧିକାରୀଙ୍କୁ ଏକ ୩ ଦଫା ସମ୍ମିଳିତ ଦାବି ପତ୍ର ପ୍ରଦାନ କରାଯାଇଛି । ଶିକ୍ଷକ ସଂଘର ସଭାପତି ଚିତ୍ତରଞ୍ଜନ ରାଉଳଙ୍କ ନେତୃତ୍ୱରେ ଶତାଧିକ ଶିକ୍ଷକ ଶିକ୍ଷୟିତ୍ରୀ ଦାବି ପତ୍ର ପ୍ରଦାନ କରିଛନ୍ତି।

ଶତାଧିକ ଶିକ୍ଷକ-ଶିକ୍ଷୟିତ୍ରୀ ମାର୍ଶାଘାଇ ସରକାରୀ ହାଇସ୍କୁଲ ଠାରୁ ଏକ ବିରାଟ ଶୋଭାଯାତ୍ରାରେ ଚାଲି ଚାଲି ଆସି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟରେ ପହଞ୍ଚିଥିଲେ । ସେଠାରେ ବ୍ଲକ ଶିକ୍ଷାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୩ ଦଫା ସମ୍ବିଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଦାବିପୁରଣ ନ ହେଲେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି ଶିକ୍ଷକ ଏବଂ ଶିକ୍ଷୟିତ୍ରୀ ।

   Related Posts