suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

ମୋହନାରେ ବ୍ୟାପିଲା ଡେଙ୍ଗୁ, ଆକ୍ରାନ୍ତ ଚିହ୍ନଟ ପରେ ଟେଷ୍ଚିଂ କଡାକଡି

6/09/2022 at 1:03 PM

ମୋହନା ୦୬/୦୯: ଗଜପତି ଜିଲ୍ଲା ମୋହନାରେ ଡେଙ୍ଗୁ ଆତଙ୍କ । ଗତ କିଛି ଦିନ ହେଲା ମୋହନାର କିଛି ଲୋକ ଆକ୍ରାନ୍ତ ହୋଇଥିବା କୁହାଯାଉଥିବା ବେଳେ ପ୍ରଶାସନ ତତ୍ପର ହୋଇଛି । ରବିବାର ଓ ସୋମବାର ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରାଯିବା ସହ ଲୋକଙ୍କ ରକ୍ତ ନମୁନା ସଂଗ୍ରହ କରାଯାଉଛି ।

ଭୁବନେଶ୍ୱର ଏକ ଘରୋଇ ମେଡ଼ିକାଲରୁ ଟିମ ଗତକାଲି ରକ୍ତ ନମୁନା ସଂଗ୍ରହ କରିଥିବା ବେଳେ ଏହାର ପରୀକ୍ଷା ପରେ ୩୧ ଜଣ ଡେଙ୍ଗୁରେ ଆକ୍ରାନ୍ତ ଥିବା ଜଣାପଡ଼ିଛି ବୋଲି କହିଛନ୍ତି ମୋହନା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ. ନମିତା ପଣ୍ଡା । ସେଥିରୁ ଜଣେ ନୂଆ ପଜିଟିଭ ଥିବା ବେଳେ ଆଉ ୩୦ଜଣଙ୍କ ଶରୀରରେ ପୁର୍ବରୁ ଡେଙ୍ଗୁ ଜୀବାଣୁ ଥିବା ଚିହ୍ନଟ ହୋଇଛି । ଆଜିବି ମୋହନାରେ ଲୋକଙ୍କ ରକ୍ତ ନମୁନା ସଂଗ୍ରହ ଚାଲିଛି ।

ଡେଙ୍ଗୁ ଆକ୍ରାନ୍ତଙ୍କ ପାଇଁ ମୋହନା ମେଡ଼ିକାଲରେ ସ୍ୱତନ୍ତ୍ର ୱାର୍ଡ କରଯାଇଛି । ତେବେ ଡେଙ୍ଗୁରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଯେଉଁ ଚର୍ଚ୍ଚା ହେଉଛି ତାହା ଗୁଜବ ବୋଲି କହିଛନ୍ତି ମୋହନା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଅଧିକାରୀ । ଡେଙ୍ଗୁରେ କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ହୋଇନଥିବା ସେ ସ୍ପଷ୍ଟ କରିଛନ୍ତି ।

   Related Posts