ବଙ୍ଗୋପସାଗରରେ ଅବପାତ ସୃଷ୍ଟି, ୧୧ ଯାଏ ପ୍ରବଳ ବର୍ଷା

Published By : Prameya-News7 Bureau | September 08, 2024 IST

ଭୁବନେଶ୍ୱର ୦୮।୦୯ : ପଶ୍ଚିମ କେନ୍ଦ୍ରୀୟ ସଲଂଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଏହା ଗୋପାଳପୁରଠାରୁ ୨୬୦ କିମି ଏବଂ ପାରାଦୀପଠାରୁ ୨୯୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଗଭୀର ଅବପାତ ରୂପ ନେହା ସହ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଅତିକ୍ରମ କରିବ। ଏହା ପ୍ରଭାବରେ ରାଜ୍ୟରେ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷାଲାଗି ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ଆଜି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ସ୍ଥାନରେ ୭୦ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ୭୦ରୁ ୧୧୦ମିମି ଯାଏ ବର୍ଷା ସମ୍ଭାବନା ଅଛି। ଆସନ୍ତାକାଲି କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ବୌଦ୍ଧ ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.