ଭୁବନେଶ୍ବର ୨୬।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଆଗାମୀ ୨୪ ଘଣ୍ଟାରେ ଗଭୀର ଅବପାତ ରୂପ ନେବା ସମ୍ଭାବନା ରହିଛି । ଅବପାତ ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଆଗାମୀ ୪୮ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଉଛି । ଆଗାମୀ ଦୁଇ ଦିନ ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି । ପବନର ବେଗ ବଢ଼ିବା ସହ ଅଶାନ୍ତ ରହିପାରେ ସମୁଦ୍ର । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ଅବପାତ ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ଏହାସହ ଉପକୂଳ ଏବଂ ସଂଲଗ୍ନ କେତେକ ଜିଲ୍ଲାରେ ବି ପ୍ରବଳ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

Also Read:- ଜଗା ଦର୍ଶନ ସାରି ଫେରୁଥିଲେ ; କାର୍‌କୁ ଧକ୍କା ଦେଲା ଟ୍ୟାଙ୍କର, ୬ ଗୁରୁତର

ପାଣିପାଗ ବିଭାଗ ପୂର୍ବାନୁମାନରୁ ଜଣାପଡ଼ିଛି, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପରେ ଅବପାତ ରହିଛି । ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିଛି । ବର୍ଷା ପରିମାଣ କ୍ରମଶଃ ବଢ଼ିବ । ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । କେନ୍ଦୁଝର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏ ନେଇ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।