ଅବପାତର ରୂପ ନେଲା ଲଘୁଚାପ : ଆଗାମୀ ୨୪ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡବାତ୍ୟାରେ ପରିଣତ ହେବା ସମ୍ଭାବନା, ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ଆଡକୁ ମୁହାଁଇବା ଆଶଙ୍କା

Published By : Prameya-News7 Bureau | November 05, 2019 IST

ଭୁବନେଶ୍ବର ୫।୧୧:  ଅବପାତର ରୂପନେଲା ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟ ଲଘୁଚାପ । ଏହା ଏବେ ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତିକରି ଆଜି ସକାଳେ ଡିପ୍ରେସନ୍ ବା ଅବପାତରେ ପରିଣତ ହୋଇଛି ।

ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରିବ । ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଆଡକୁ ମୁହାଁଇବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସାଇକ୍ଲୋନ୍ ବା ସାମୁଦ୍ରିକ ଝଡବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଏହା କେଉଁଠି ଅତିକ୍ରମ କରିବ ତାହା ଏ ପର୍ଯ୍ୟନ୍ତ ଜଣା ପଡିନାହିଁ । ଆସନ୍ତାକାଲି ଏନେଇ ସବିଶେଷ ଜଣାପଡିବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

ଏହାର ପ୍ରଭାବରେ ୯ ତାରିଖଠାରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ୯ରୁ ୧୧ ତାରିଖ ମଧ୍ୟରେ ଉପକୂଳ ଓଡିଶା ସମେତ ଅଳ୍ପ କେତେକ ସ୍ଥାନରେ ଅଳ୍ପରୁ ମଧ୍ୟମ ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶା ଉପକୂଳର ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.