ଭୁବନେଶ୍ୱର: ଓଡ଼ିଶା ପାଖରେ ଦାନା ବାନ୍ଧୁଛି ଅବପାତ। ପଶ୍ଚିମବଙ୍ଗ ଉପକୂଳରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଏହି ଅବପାତ ବାରିପଦାଠାରୁ ପ୍ରାୟ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ବଢ଼ିବାର ଆଶଙ୍କା ରହିଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଅବପାତ ଆଗାମୀ ୨୪ ଘଣ୍ଟା ଯାଏଁ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହା ପରେ ପଶ୍ଚିମବଙ୍ଗ ଦେଇ ଝାଡ଼ଖଣ୍ଡ ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି।

ଅବପାତର ପ୍ରଭାବରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଭାରୀରୁ ଅତି ଭାରୀ ବର୍ଷା ହୋଇପାରେ। ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷାର ପରିମାଣ ବଢ଼ିବା ସହ ତଳିଆ ଅଞ୍ଚଳରେ ଜଳବନ୍ଦୀ ଏବଂ ସ୍ଥାନୀୟ ଭାବେ ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କା ରହିଛି।

ଅବପାତକୁ ନଜରରେ ରଖି ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି। ଭାରୀ ବର୍ଷା ସମ୍ଭାବନା ଥିବା ଅଞ୍ଚଳରେ ପ୍ରଶାସନ ପକ୍ଷରୁ ସତର୍କତା ବଢ଼ାଯାଇଛି।

ଅବପାତର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖାଯାଇଛି। ଆଗାମୀ କିଛି ଘଣ୍ଟା ଉତ୍ତର ଓଡ଼ିଶା ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। ଲୋକଙ୍କୁ ପାଣିପାଗ ବିଭାଗର ପରବର୍ତ୍ତୀ ସତର୍କ ସୂଚନା ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।

also read- ଲଗାଣ ବର୍ଷାରେ ବଢ଼ିଲା ଜଳସ୍ତର, ଖୋଲିଲା କାଳ ଡ୍ୟାମ୍‌ର ୨ ଗେଟ୍ ; ତଳିଆ ଅଞ୍ଚଳରେ ଛନକା

Watch Video:-