ଜଗା ଦର୍ଶନ ପାଇଁ ଗଣିବେ ଟଙ୍କା, ଭକ୍ତଙ୍କ ଉପରେ ବୋଝ ଲଦିବ ଶ୍ରୀମନ୍ଦିର ପ୍ରଶାସନ

Published By : Prameya-News7 Bureau | September 01, 2023 IST

ପୁରୀ ୦୧/୦୯: ଜଗା ଦର୍ଶନ ପାଇଁ ଗଣିବେ ଟଙ୍କା । ଆୟ ବଢାଇବାକୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତ ଏବଂ ଶ୍ରଦ୍ଧାଳୁଙ୍କ ଉପରେ ଭାର ଲଦିଦେବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି । ଜଗା ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ଆଉ ଶ୍ରୀମନ୍ଦିରରେ ମାଗଣା ଦର୍ଶନ ମିଳିବନି । ପ୍ରତିଦିନର ନୀତିକୁ ଦେଖି ପ୍ରଶାସନ ଭିତରକାଠକୁ ଜଗା ଦର୍ଶନ ଲାଗି ପାରମାଣିକ ଟିକେଟ୍ ବ୍ୟବସ୍ଥା କରିବ । ଫଳରେ ନିର୍ଦିଷ୍ଟ ସମୟ ପାଇଁ ଭକ୍ତ ଦେୟଯୁକ୍ତ ଜଗା ଦର୍ଶନ କରିବେ ।

ସେହିପରି ଶ୍ରୀମନ୍ଦିର ପରିସରରେ ଥିବା ପବିତ୍ର ସ୍ଥାନଗୁଡିକୁ ଦର୍ଶନ କରିବାକୁ ହେଲେ ତୀର୍ଥଯାତ୍ରୀଙ୍କୁ ମାବାଲ ଦେବାକୁ ପଡିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନର ଅର୍ଥ ସବକମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ପାରମାଣିକ ଦର୍ଶନ ସମୟ ଏବଂ ଟିକେଟ୍ ମୂଲ୍ୟ ଧାର୍ଯ୍ୟ ହେବ । ଆୟ ବଢ଼ାଇବାକୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଉପରେ ଭାର ଲଦିଦେବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ।

ଜଗା ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ଆଉ ଶ୍ରୀମନ୍ଦିରରେ ମାଗଣା ମିଳିବନି ଦର୍ଶନ । ପ୍ରତିଦିନର ନୀତିକୁ ଦେଖି ପ୍ରଶାସନ ଭିତରକାଠରୁ ଜଗା ଦର୍ଶନ ଲାଗି ପାରମାଣିକ ଟିକେଟ ବ୍ୟବସ୍ଥା କରିବ । ଫଳରେ ନିର୍ଦ୍ଦିଷ୍ଟ ସମୟ ପାଇଁ ଭକ୍ତ ଦେୟଯୁକ୍ତ ଜଗା ଦର୍ଶନ କରିବେ । ସେହିପରି ଶ୍ରୀମନ୍ଦିର ପରିସରରେ ଥିବା ପବିତ୍ର ସ୍ଥାନଗୁଡ଼ିକୁ ଦର୍ଶନ କରିବାକୁ ହେଲେ ତୀର୍ଥଯାତ୍ରୀଙ୍କୁ "ମାହାଲ' ଦେବାକୁ ପଡ଼ିବ ।

ଏନେଇ ଗୁରୁବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଅର୍ଥ ଓ ସଂସ୍ଥା ସବ୍‌କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ । ତେବେ ବୈଠକର ନିର୍ଯାସକୁ ପରିଚାଳନା କମିଟିରେ ଉପସ୍ଥାପିତ କରାଯିବ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ପାରମାଣିକ ଦର୍ଶନ ସମୟ ଓ ଟିକେଟ୍‌ ମୂଲ୍ୟ ଧାର୍ଯ୍ୟ ହେବ ବୋଲି ଶ୍ରୀ ଦାସ କହିଛନ୍ତି ।

You can also read....

wp:embed {"url":"https://www.prameyanews7.com/jatri-parikrama-project-to-be-completed-by-october/","type":"wp-embed","providerNameSlug":"prameya-news-7"}
https://www.prameyanews7.com/jatri-parikrama-project-to-be-completed-by-october/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.