oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଦୁଇ ବର୍ଷ ପରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ, ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି

12/04/2022 at 9:56 PM

ପୁରୀ ୧୨।୦୪: ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କ ପାଇଁ ଖୁସି ଖବର। ଆସନ୍ତା ମେ ମାସ ତିନି ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ। ଗତ ଦୁଇବର୍ଷ ଧରି କୋଭିଡ କଟକଣା ଯୋଗୁ ଭକ୍ତ ମାନେ ଏହି  ଯାତ୍ରାରେ ସାମିଲ ହେବାରୁ ବଞ୍ଚିତ ଥିଲେ। ଏବେ ସଂକ୍ରମଣ କମୁଥିବାରୁ ମହାପ୍ରଭୁଙ୍କ ସମସ୍ତ ଯାତ୍ରାରେ ଭକ୍ତଙ୍କୁ ସାମିଲ କରିବା ପାଇଁ ଆଜି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସେବାୟତ ପ୍ରତିନିଧି କହିଛନ୍ତି।

ସେହିପରି ଆଗାମୀ ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା ନୀତି ନିର୍ଘଣ୍ଟ ବୈଠକରେ ଚୁଡାନ୍ତ ହୋଇଛି। ଶ୍ରୀମନ୍ଦିର ରୋଷ ଘର ଭିତରେ ଚୁଲା ଭାଙ୍ଗିବା ଘଟଣା ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ମନ୍ଦିର ଭିତରେ ଥିବା ସମସ୍ତ ସିସିଟିଭି ବ୍ୟବସ୍ଥାକୁ ସୁଦୃଢ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକରେ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଙ୍କ ସହ ସେବାୟତ ପ୍ରତିନିଧି ମାନେ ଯୋଗ ଦେଇଥିଲେ। 

   Related Posts