ଧାମନଗର ଉପ-ନିର୍ବାଚନ: ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ଵାରସ୍ଥ ହେଲା ବିଜେଡ଼ି

Published By : Prameya-News7 Bureau | October 29, 2022 IST

ଭୁବନେଶ୍ୱର, ୨୯/୧୦: ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ଵାରସ୍ଥ ହେଲା ବିଜେଡ଼ି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ ପତ୍ର ଦେଇଛନ୍ତି ବିଜେଡି କର୍ମୀ । ଏନେଇ ଵିଜେଡ଼ି ମୁଖପାତ୍ର ଲେଲିନ୍ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି । ଧାମନଗର ଉପନିର୍ବାଚନରେ ରକ୍ତମୁଖା ହୋଇଛି ବିଜେପି। ପ୍ରଥମେ ପ୍ରାୟୋଜିତ ଏସଏଚଜି ଦ୍ଵାରା ଟଙ୍କା ଭିଡ଼ିଓ ଭାଇରାଲ କଲେ ଯାହା ବିଷୟରେ ସେମାନେ ମଧ୍ୟ ସ୍ପଷ୍ଟ କରୁନାହାନ୍ତି। ପୁଣି ଏକ ବିଚିତ୍ର ଅଡିଓ ତାଙ୍କର ଆଇଟି ସେଲ୍ ଦ୍ଵାରା ବାହାରକୁ ଆଣିଲେ ବୋଲି ସେ କହିଛନ୍ତି ।

ଏଥିସହ ଧାମନଗରରେ ହାର ସୁନିଶ୍ଚିତ ଜାଣିବା ପରେ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଆଟାକ୍‌ କଲେ ଓ ଧମକ ଦେଲେ। ଏବେ ରକ୍ତମୁଖା ହୋଇ ବିଜେଡ଼ିର ମହିଳା ଓ ଯୁବ କର୍ମୀଙ୍କୁ ବ୍ଳକ୍ କରୁଛନ୍ତି । ଗାଁ ଗାଁରେ ବିଜେଡ଼ି କର୍ମୀଙ୍କୁ ଗାଳି ଗୁଲଜ ସହ ଗଣ୍ଡଗୋଳ କରୁଥିବା ଲେନିନ୍‌ ମହାନ୍ତି କହିଛନ୍ତି । ତେଣୁ ପ୍ରତ୍ୟେକ ଗାଁରେ ସର୍ଭିଲାନ୍ସର ଅବଶ୍ୟକତା ଏବଂ ବିଜେଡ଼ି କର୍ମୀଙ୍କୁ ସୁରକ୍ଷା ଦେବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ବିଜେଡ଼ି ଦାବି କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.