Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଲାଗି ହୋଇଛି ପହିଲି ଭୋଗ

16/12/2021 at 8:33 AM

ପୁରୀ ୧୬।୧୨: ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଏହି ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଖାସ୍‌ କରି ପହିଲି ଭୋଗ ଆଜି ଠାରୁ ଆରମ୍ଭ ହୋଇଥାଏ । ପହିଲି ଭୋଗରେ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୂଆଁ ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଛି। ଗୋପାଳବଲ୍ଲଭ ପରେ ପହିଲି ଭୋଗ ସଂପନ୍ନ ହୋଇଛି।

ତେବେ‌ ଶ୍ରୀମନ୍ଦିର ପ୍ରଶାସନର ନୂତନ ଏସଓପି ଅନୁଯାୟୀ, ଆଜିଠାରୁ ବଡ଼ଦେଉଳରେ ଭୋର ୫.୩୦ ରୁ ରାତ୍ର ୯. ୩୦ ପର୍ଯ୍ୟନ୍ତ ଭକ୍ତ ମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ଆଜି ଗୁରୁବାର ଅବସରରେ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି।

କଥାରେ ଅଛି ଯେ, ପୌଷ ମାସରେ ମା ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି। ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି। ପୌଷ ପୂର୍ଣ୍ଣିମା ଠାରୁ ମକର ସଂକ୍ରାନ୍ତି ଯାଏଁ ପହିଲି ଭୋଗ ପ୍ରସ୍ତୁତ କରାଯାଏ। ପହିଲି ଭୋଗ ମହାପ୍ରଭୁଙ୍କର ଆଦ୍ୟ ଭୋଗ ହୋଇଥିବାରୁ ଏହାକୁ ବଡ଼ି ଭୋରୁ ଲାଗି କରାଯାଏ। ବିରି, ଗହମରେ ପ୍ରସ୍ତୁତ ୩୨ ପ୍ରକାର ପିଠା ପଣା ଶ୍ରୀଜିଉଙ୍କ ନିକଟରେ ଲାଗି କରାଯିବ। ପହିଲି ଭୋଗରେ ମୁଖ୍ୟତଃ ବଡ଼ଝିଲି, ଅମାଲୁ, ଗଇଣ୍ଠା, ମଣ୍ଡା, ଆରିସା, କାକରା ଓ ବଡ଼ି ଆଦି ଭୋଗ କରାଯାଇଥାଏ। ପହିଲି ଭୋଗ ସମୟରେ ଦିବା ପହୁଡ଼ କରାଯିବାର ନୀତି ମଧ୍ୟ ରହିଛି। 

   Related Posts