ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

୨୦୨୧ ଧର୍ମପଦ ପୁରସ୍କାର ଘୋଷଣା: ଲଲାଟ ମୋହନ ପଟ୍ଟନାୟକ ମନୋନୀତ, ୫ ଜଣଙ୍କୁ ମିଳିବ ଶିଳ୍ପୀ ସମ୍ୱର୍ଦ୍ଧନା

27/05/2022 at 6:22 PM

ଭୁବନେଶ୍ୱର, ୨୭/୦୫: ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୨୧ ମସିହା ପାଇଁ ଧର୍ମପଦ ପୁରସ୍କାରର ଘୋଷଣା କରାଯାଇଛି । ଧର୍ମପଦ ପୁରସ୍କାର ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ଚୟନ କରାଯାଇଛି । ସେହିପରି ଶିଳ୍ପୀ ସମ୍ୱର୍ଦ୍ଧନା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ଜ୍ୟୋତିର୍ମୟୀ ମହାନ୍ତି, ବଳଦେବ ମହାରଥା, ପଞ୍ଚାନନ ସୁର, ଦୁର୍ଗା ଚରଣ ପଣ୍ଡା ଏବଂ ବରିଷ୍ଠ ଭାସ୍କର୍ଯ୍ୟ ଶିଳ୍ପୀ ଦେବେନ୍ଦ୍ର ମିଶ୍ରଙ୍କୁ ଚୟନ କରାଯାଇଛି ।  

ଓଡ଼ିଶା ସରକାରଙ୍କ ପକ୍ଷରୁ ଚିତ୍ରକଳା ଓ ସ୍ଥାପତ୍ୟ କ୍ଷେତ୍ରରେ ପ୍ରଦାନ କରାଯାଉଥିବା ଏହା ସର୍ବୋଚ୍ଚ ସମ୍ମାନ । ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ଚିତ୍ରଶିଳ୍ପୀ ଓ ଭାସ୍କର୍ଯ୍ୟ ଶିଳ୍ପୀଙ୍କ ସମଗ୍ର ଜୀବନର ନିରବଚ୍ଛିନ୍ନ ସାଧନା ନିମନ୍ତେ ଏହି ପୁରସ୍କାର ଓ ସମ୍ୱର୍ଦ୍ଧନା  ୧୯୮୭ ମସିହାରୁ ପ୍ରଦାନ କରାଯାଇ ଆସୁଅଛି । ତେବେ ଧର୍ମପଦ ପୁରସ୍କାର ପାଇଁ ୫ ଲକ୍ଷ ଟଙ୍କା ଓ ଶିଳ୍ପୀ ସମ୍ୱର୍ଦ୍ଧନା ପାଇଁ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ ।

   Related Posts