ଅନୁଭବ VS ବର୍ଷା ବିବାଦ: ବିଚ୍ଛେଦ ପରେ ବି ପୁଣି କୋର୍ଟର କାଠଗଡ଼ା ଦୌଡିବେ ଅଭିନେତା

NEWS7
dharmendra-pradhan-praise-tathagata-satpathy

କଟକ ୩୦/୦୧: ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢିଲା ଅଡୁଆ । ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ। ଅନୁଭବଙ୍କ ବିରୋଧରେ ଚାଲିବ ମାମଲା । ଅନୁଭବ ଓ ତାଙ୍କ କର୍ମଚାରୀଙ୍କ ବିରୋଧରେ ପୂର୍ବତନ ପତ୍ନୀ ବର୍ଷା ଦେଇଥିଲେ ଏତଲା । ଅନୁଭବଙ୍କ ଘରେ ଥିବା ବେଳେ ମାନସିକ ନିର୍ଯାତନା ପାଉଥିବା କରିଥିଲେ ଅଭିଯୋଗ ।

ନିମ୍ନ ଅଦାଲତ ଚାଲିଥିବା ମାମଲା ଖାରଜ ପାଇଁ ଆବେଦନ କରିଥିଲେ ଅନୁଭବ । ପୂର୍ବତନ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ଦାୟର ମାମଲା ନିମ୍ନ ଅଦାଲତରେ ଚାଲିବ । ମାମଲାରୁ ବାଦ ଦେବା ପାଇଁ ଅନୁଭବ କରିଥିଲେ ଆବେଦନ। ଯାହାକୁ ଖାରଜ କରିଛନ୍ତି କୋର୍ଟ ।

ସୂଚନା ଥାଉକି, ଅନୁଭବଙ୍କ ଘରେ ରହୁଥିବା ସମୟରେ ଅନୁଭବ ଓ ଅନ୍ୟ ଦୁଇ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା। ଭିଡିଓ ସୁଟିଂ କରିବା ସହ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ କରିଥିଲେ ବର୍ଷା । ଯାହାର ବିଚାର କରି ନିଷ୍ପତ୍ତି ନେଇଛନ୍ତି ହାଇକୋର୍ଟ । ଆଗକୁ ଅନୁଭବଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା । ତଳ କୋର୍ଟଙ୍କ ଚାର୍ଜଫ୍ରେମକୁ କାଏମ ରଖିଲେ ହାଇକୋର୍ଟ । ପୁରୀଘାଟ ଥାନାରେ ହୋଇଥିଲା ନିର୍ଯାତନା ମାମଲା । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି HC ଯାଇଥିଲେ ଅନୁଭବ