IT ରେଡ୍‌କୁ ନେଇ ପ୍ରଶ୍ନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବେନାମୀ ଧନର ମୂଳ ଉତ୍ସ କେଉଁଠି ?

Published By : Prameya-News7 Bureau | December 09, 2023 IST

ଭୁବନେଶ୍ବର ୯।୧୨: IT ରେଡ୍‌କୁ ନେଇ ଏକ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଓଡ଼ିଶାରେ କିଛି ଦିନ ହେବ ଗଣମାଧ୍ୟମରେ ଶହ ଶହ କୋଟି ଟଙ୍କା ଜବତ ହେବା ଖବର ମୋତେ ବିସ୍ମିତ କରିଛି । କେନ୍ଦ୍ରୀୟ ସଂସ୍ଥାର ଚଢାଉ ଦ୍ୱାରା ଓଡ଼ିଶା ଭଳି ରାଜ୍ୟରୁ ଏକାସାଙ୍ଗରେ ଏତେ ପରିମାଣରେ ବେନାମୀ ଅର୍ଥ ଜବତ ହେବା ଚିନ୍ତାର ବିଷୟ । ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଭଳି ରାଜ୍ୟର କିଛି ବ୍ୟକ୍ତିଙ୍କ ଏହି ଟଙ୍କା ସହ ସମ୍ପର୍କ ଥିବା ଗଣମାଧ୍ୟମରେ ଖବର ପ୍ରକାଶ ପାଉଛି ।

ଏହି ବେନାମୀ ଧନର ମୂଳ ଉତ୍ସ କେଉଁଠି ? ଘଟଣାର ସତ୍ୟାସତ୍ୟ କଣ ? ଜବତ ହେଉଥିବା କଳାଧନ ସହ ଓଡ଼ିଶାର କିଛି ମୁଷ୍ଟିମେୟ ଲୋକମାନଙ୍କର ସମ୍ପର୍କ ଅଛି କି ? ସଚ୍ଚୋଟତାର ଡିଣ୍ଡିମ ପିଟୁଥିବା କିଛି ଲୋକମାନେ ଏହି ଘଟଣାରେ ଚୁପ୍ କାହିଁକି ? ନୈତିକତାର କଥା କହୁଥିବା କିଛି ରାଜନୈତିକ ଦଳର ନେତାମାନେ ଏହି ଘଟଣାରେ ନୀରବ ଥିବାରୁ ସାଧାରଣ ଜନତାଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି ।

ଏବେ ଓଡ଼ିଶା ସମେତ ଦେଶର ଜନସାଧାରଣ ମୋଦୀଙ୍କ ଗ୍ୟାରେଣ୍ଟି ଉପରେ ଭରସା କରୁଛନ୍ତି । ମୋଦି ସରକାରରେ ଦୁର୍ନୀତିକୁ ପ୍ରଶୟ ଦିଆଯିବ ନାହିଁ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଗୋଟି ଗୋଟି କରି ଜନତାଙ୍କ ଠାରୁ ହରିଲୁଟ୍ ହୋଇଥିବା ଅର୍ଥ ଅସୁଲ କରଯିବା ସହ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ, ଏହା ହେଉଛି ମୋଦିଙ୍କ ଗ୍ୟାରେଣ୍ଟି ।

You Can Read :

wp:embed {"url":"https://www.prameyanews7.com/debi-mishras-response-to-manmohan-samals-statement/","type":"wp-embed","providerNameSlug":"prameya-news-7"}
https://www.prameyanews7.com/debi-mishras-response-to-manmohan-samals-statement/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.