ବରଗଡ଼-ବଲାଙ୍ଗିର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଭିନ୍ନ ଉନ୍ନୟନ କାମର କଲେ ସମୀକ୍ଷା

Published By : Prameya-News7 Bureau | June 11, 2023 IST

ବରଗଡ଼/ବଲାଙ୍ଗୀର ୧୧।୦୬ :  ବରଗଡ଼ ଓ ବଲାଙ୍ଗୀର ଗସ୍ତରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯ ବର୍ଷର ସୁଶାସନ ଓ ସେବାର ପୂର୍ତ୍ତି ଅବସରରେ ‘ବିକାଶ ତୀର୍ଥ ଯାତ୍ରା’ଅନ୍ତର୍ଗତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ ସ୍ଥିତ ବିପିସିଏଲର ନିର୍ମାଣାଧୀନ ୱାନ୍ ଜି ଜୈବ ଇଥାନଲ ପ୍ଲାଣ୍ଟ ଓ ଟୁ ଜି ଜୈବ ଇଥାନଲ ପ୍ଲାଣ୍ଟର ଅଗ୍ରଗତି କାର୍ଯ୍ୟର ସମୀକ୍ଷା କରିଛନ୍ତି।

{"id":801733,"sizeSlug":"full","linkDestination":"none"}

ଧର୍ମେନ୍ଦ୍ର ପ୍ରଧାନ ପେଟ୍ରୋଲିମ ମନ୍ତ୍ରୀ ଥିବା ସମୟରେ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ତାଙ୍କ ଦାୟିତ୍ୱରେ ୨୦୧୮ରେ ଏହି ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା । ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂର୍ବୋଦୟ କଳ୍ପନାରେ ପ୍ରାୟ ୧ ହଜାର ୬୦୭ କୋଟି ଟଙ୍କା ବ୍ୟୟରେ ହେଉଥିବା ଏହି ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେଲେ ଓଡ଼ିଶାର କୃଷି ଆଧାରିତ ଶିଳ୍ପକୁ ତ୍ୱରାନ୍ୱିତ କରିବ । ସ୍ଥାନୀୟ ଅଞ୍ଚଳରେ ରୋଜଗାର ଓ ସ୍ୱରୋଜଗାରର ସୁଯୋଗ ସୃଷ୍ଟି ହେବ। ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଏହି ପ୍ଲାଣ୍ଟ୍ ସବୁଜ ଇନ୍ଧନକୁ ପ୍ରୋତ୍ସାହନ ଦେବ। ଏହାର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ସମାଜ ପାଇଁ ସବୁଠୁ ବଡ଼ ଯୋଗଦାନ ଏହି ଅଞ୍ଚଳ ପାଇଁ ମୋଦି ସରକାରଙ୍କର ଅଛି ।

{"id":801734,"sizeSlug":"full","linkDestination":"none"}

ବରଗଡ଼ ଜିଲ୍ଲା ଏକ କୃଷିଭିତ୍ତିକ ଅଞ୍ଚଳ । ଧାନ ଓ ଚାଉଳ ଏ ଜିଲ୍ଲାର ଅର୍ଥନୀତି ମୂଳ ଆଧାର । ଏହାକୁ ଧ୍ୟାନରେ ରଖି ମୋଦି ସରକାର ଏକ ଐତିହାସିକ ନିଷ୍ପତି ନେଇଛନ୍ତି । ଚାଉଳରୁ ପେଟ୍ରୋଲ ଓ ଡିଜେଲରେ ମିଶାଇଲେ ଗାଡି ଚାଲିବାରେ ସୁବିଧା ହେବ ଓ ପ୍ରଦୂଷଣ କମିବ ଏବଂ ଚାଷୀ ମାନଙ୍କ ପାଇଁ ନୂଆ ଅର୍ଥନୀତି ଯୋଡିହେବ।

{"id":801735,"sizeSlug":"full","linkDestination":"none"}

ଏହାକୁ ଧ୍ୟାନରେ ରଖି ଗତ ୯ ବର୍ଷରେ ଚିନି ଶିଳ୍ପର ପୁନଉଦ୍ଧାର ପାଇଁ ଆଖୁଛେଦାରୁ ଇଥାନଲ ବାହାର କରି ପେଟ୍ରୋଲିୟମ ପ୍ରଡକ୍ଟର ୧୦ ପ୍ରତିଶତର ଲକ୍ଷ୍ୟ ବହୁତ ପୂର୍ବରୁ ପୂରଣ ହୋଇଛି। ଏହି ଟାର୍ଗେଟର ଲକ୍ଷ୍ୟ ଏବେ ୨୦ ପ୍ରତିଶତ କରିବା ପାଇଁ ଭାରତ ସରକାର ନିଷ୍ପତି ନେଇଛନ୍ତି । ଆମ ଚାଷୀମାନେ ଉତ୍ପାଦନ ପର୍ଯ୍ୟାପ୍ତ କରିଛନ୍ତି। ଭଟଲି ତହସିଲ ଅନ୍ତର୍ଗତ ଲୋଇସିଂହରେ ପ୍ରତିଷ୍ଠା ହେଉଥିବା ପ୍ଲାଣ୍ଟ ପଶ୍ଚିମ ଓଡ଼ିଶାର ନୂଆ ଅଧ୍ୟାୟ ସହ ଯୋଡି ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। 

You Can Read :

wp:embed {"url":"https://www.prameyanews7.com/severe-heat-wave-warning-issued-for-next-3-to-4-days/","type":"wp-embed","providerNameSlug":"prameya-news-7"}
https://www.prameyanews7.com/severe-heat-wave-warning-issued-for-next-3-to-4-days/
/wp:embed



News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.