ପୁରୀ ୧୭।୧୨ : ବୁଧବାର ବନ୍ଦ ରହିବ ସାଧାରଣ ଦର୍ଶନ । ବୁଧବାର ଅପରାହ୍ନରେ ପ୍ରାୟ ତିନି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ଯୋଗୁ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି। ଏଥିପାଇଁ ପ୍ରାୟ ତିନି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ। ଅପରାହ୍ନ ୪ ଟା ଠାରୁ ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପୌଷ କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କର ଦିବା ପହୁଡ଼ ନୀତି କରାଯିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବା । ମହାପ୍ରଭୁଙ୍କ ଏହା ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡିଛି ।