ବ୍ରିଟେନ ଫେରନ୍ତାଙ୍କ ଉପରେ କଡ଼ା ନଜର, କରାଯିବ ଜେନେଟିକ ଆନାଲିସିସ

Published By : Prameya-News7 Bureau | December 24, 2020 IST

ଭୁବନେଶ୍ବର ୨୪।୧୨: ବ୍ରିଟେନର ନୂଆ ଷ୍ଟ୍ରେନକୁ ନେଇ ପ୍ରତିକ୍ରିୟା ରଖିଲେ ଡିଏମଇଟି ସିବିକେ ମହାନ୍ତି। ୟୁକେ ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି। ଷ୍ଟ୍ରେନ ସମ୍ପର୍କରେ ଅନୁଧ୍ୟାନ ଚାଲିଛି। ପୂର୍ବ କରୋନା ରୋଗୀଙ୍କ ଭଳି ଲକ୍ଷଣ ସମାନ ରହିଛି। ନୂଆ ଷ୍ଟ୍ରେନରେ ସଂକ୍ରମଣ ଅଧିକ ରହୁଛି ବୋଲି ବିଶେଷଜ୍ଞମାନେ କହୁଛନ୍ତି। କିନ୍ତୁ ବ୍ରିଟେନର ପୂର୍ବ ତିନି ମାସର ସଂକ୍ରମଣ ହାର ଦେଖିଲେ ସେମିତି କିଛି ପ୍ରତିଫଳିତ ହେଉନି। କିନ୍ତୁ ଆମକୁ ସତର୍କ ରହିବାକୁ ପଡିବ।

ସରକାର ମଧ୍ୟ ଏସବୁ ଉପରେ ସତର୍କ ଦୃଷ୍ଟି ରଖିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଦିନ ସମୀକ୍ଷା କରୁଛନ୍ତି। ବ୍ରିଟେନ ଫେରନ୍ତା ନିଜ ସମ୍ପର୍କରେ ସୂଚନା ଦେବାକୁ ଆହ୍ୱାନ। ବ୍ରିଟେନ ଫେରନ୍ତା ସଂକ୍ରମିତଙ୍କ ଜେନେଟିକ ଆନାଲିସିସ ହେବ। ଏହି ବ୍ୟକ୍ତିଙ୍କ ଠାରେ ନୂଆ ଷ୍ଟ୍ରେନ ଅଛି କି ନାହିଁ , ନଜାଣିଲା ପର୍ଯ୍ୟନ୍ତ କିଛି ଭୟଭୀତ ହେବାର ଆବଶ୍ୟକତା ନାହିଁ। କିନ୍ତୁ ଏହାକୁ ଦ୍ଵିତୀୟ ୱେଭ କୁହାଯାଇପାରିବନି। ଏପରିକି ୟୁରୋପୀୟ ଦେଶ ଗୁଡିକୁ ଛାଡିଲେ ଅନ୍ୟ କୌଣସି ଦେଶରେ ଦ୍ଵିତୀୟ ୱେଭ କଥା ଦେଖାଯାଇନି। ଏହି ଷ୍ଟ୍ରେନ ଅଧିକ ସଂକ୍ରମିତ ବୋଲି ଯେଉଁ ଚର୍ଚ୍ଚା ହେଉଛି ।  ତାହା ଲାବୋରେଟୋରିର ଅନାଲିସିସ ଓ ଫିଲଡ଼ର ସ୍ଥିତି ମଧ୍ୟରେ ବହୁ ଫରକ ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.