Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ପୋଖରୀକୁ ଖସିଲା ପିଆଜ ବୋଝେଇ ଟ୍ରକ୍, ଡ୍ରାଇଭର ଓ ହେଲପର ଗୁରୁତର

12/07/2022 at 11:25 AM

ଜଳେଶ୍ବର ୧୨।୭: ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ରାସ୍ତା କଡ଼ ପୋଖରୀକୁ ଖସିଲା ପିଆଜ ବୋଝେଇ ୧୪ ଚକିଆ ଟ୍ରକ୍ । ଫଳରେ ଡ୍ରାଇଭର ଏବଂ ହେଲପର ଗୁରୁତର ହୋଇଛନ୍ତି । ଉଭୟଙ୍କୁ ବସ୍ତା ଡାକ୍ତରଖାନରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଭୋର ସମୟରେ ନାସିକରୁ ଏକ ୧୪ଚକିଆ ଟ୍ରକ୍ ପିଆଜ ବୋଝେଇ କରି ସିଂଲା ଥାନା ପାଉଁଶକୁଲକୁ ଆସୁଥିଲା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଡ୍ରାଇଭରଙ୍କ ବେପାରୁଆ ଗାଡି ଚାଳନା ଯୋଗୁଁ ରାସ୍ତା ଭେଲୋରା ବାଇତପଡାଠାରେ  ପୋଖରୀକୁ ଟ୍ରକଟି ଓଲଟି ପଡିଥିଲା । ଫଳରେ ଡ୍ରାଇଭର ଏବଂ ହେଲପର ଉଭୟ ଟ୍ରକ୍ ଆଗ କାଚ ଭାଙ୍ଗି ବାହାରିଥିବା ବେଳେ ଗୁରୁତର ହୋଇଥିଲେ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ସିଂଲା ପୋଲିସ ପହଞ୍ଚି ଟ୍ରକକୁ  ଜବତ କରି ତଦନ୍ତ ଜାରି ରଖିଛି ।

   Related Posts