suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବାଙ୍କୀ : ପଶ୍ଚିମା ଝଡ ପ୍ରଭାବ : ଭୁଶୁଡ଼ିଲା ବାଙ୍କୀ ସ୍ଵୟଂ ଶାସିତ ମହାବିଦ୍ୟାଳୟର ନବନିର୍ମିତ ଦର୍ଶକ ଗ୍ୟାଲେରୀ
  • ||
  • ଭୁବନେଶ୍ବର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆକୁ ଗଡିବ
  • ||
  • ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ : ବାଇକ୍‌ରେ ନିଆଁ ଲଗାଇଦେଲେ
  • ||
  • ବାଲିପାଟଣା : ‘ମୋ ପରିବାରର ମୋତେ ମାରିବାକୁ ଚେଷ୍ଟା କରୁଛନ୍ତି…’ ଏମିତି କିଛି ଭିଡିଓରେ କହି ଆତ୍ମହତ୍ୟା କଲେ ଯୁବକ !
  • ||
  • ୮୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ଓଡ଼ିଶା, ୧୯୩୬ରେ ଗଠନ ହୋଇଥିଲା ପ୍ରଥମ ଭାଷା ଭିତିକ ରାଜ୍ୟ
  • ||
  • ସୋର : ଦୁଇ ଦୁର୍ଘଟଣାରେ ୩ ଜଣ ଆହତ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ
  • ||
  • କରଞ୍ଜିଆ : ଜଙ୍ଗଲରୁ ଗାଁକୁ ଚାଲିଆସିଥିଲା ହରିଣ, ଝୁଣି ମାରିଦେଲେ କୁକୁର ପଲ
  • ||
  • ବଲାଙ୍ଗୀର : ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍ ମାମଲାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||
  • ପଶ୍ଚିମାଝଡର ପ୍ରଭାବ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଅସରାଏ ବର୍ଷାରେ ଭିଜିଲା ଟ୍ୱିନସିଟି
  • ||

ବିଧାନସଭାରେ ଡ୍ରାଇଭର ଆନ୍ଦୋଳନ ତାତି, ଗୃହ ମଧ୍ୟଭାଗକୁ ଆସି ବିରୋଧୀଙ୍କ ହଟ୍ଟଗୋଳ

16/03/2023 at 12:46 PM

ଭୁବନେଶ୍ବର ୧୬।୩: ଡ୍ରାଇଭର ଆନ୍ଦୋଳନକୁ ନେଇ ଗୃହରେ ହଟ୍ଟଗୋଳ । କଂଗ୍ରେସ ଓ ବିଜେପି ବିଧାୟକଙ୍କ ହଙ୍ଗାମା । ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କଲେ ବିରୋଧୀ ।

ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ କହିଥିଲେ, ସରକାର ସେମାନଙ୍କୁ ସାହାଯ୍ୟ କରିବା ପରିବର୍ତ୍ତେ ଆଉ ଗୋଟିଏ ଗ୍ରୁପକୁ ଉସୁକାଇ ଆନ୍ଦୋଳନକୁ ଭଣ୍ଡୁର କରିବାକୁ ଚାହୁଁଛନ୍ତି । ପରିବହନ ସେବା ଠପ୍ ହୋଇପଡିଛି । ଗୃହରେ ଆଲୋଚନା ହେଲା ବେଳେ ଅଫିସର ରହୁନାହାନ୍ତି । ଆମେ ବାଧ୍ୟ ହୋଇ ଗୃହ ମଧ୍ୟଭାଗକୁ ଯାଉଛୁ । ବିଜେପି ବିଧାୟକମାନେ ମଧ୍ୟ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ ।

ଡ୍ରାଇଭରମାନେ ନିଜର ହକ୍ ପାଇଁ ଦିନ ରାତି ଏକ କରି ବୁଧବାରଠାରୁ ରାଜରାସ୍ତାକୁ ଆସିଛନ୍ତି । ସରକାର କିନ୍ତୁ ଚୁପ୍ । ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଗୃହରେ ଉଦବେଗ ରହିବ । ଆଉ କାଳ ବିଳମ୍ବ ନକରି ବିଭାଗୀୟ ମନ୍ତ୍ରୀ ଗୃହରେ ଉତ୍ତର ରଖିବା ସହ ତାଙ୍କ ସମସ୍ୟାର ସମାଧାନ କରନ୍ତୁ ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦାବି କରିଛନ୍ତି । ପରେ ଗୃହ ସୁପରିଚାଳନା ଲାଗି ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ ।

   Related Posts