ଆଗାମୀ ୬ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ
16/02/2020 at 10:28 PM

୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓଡିଶାର କିଛି ଜିଲ୍ଲାକୁ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ଆସନ୍ତା ୨୪ ଘଣ୍ଟା ପାଇଁ ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାକୁ ଘନ କୁହୁଡି ପାଇଁ ସତର୍କତା ଜାରି କରାଯାଇଛି ।

ଏହି ସମୟରେ ଭିଜିବିଲିଟି ୫୦ ମିଟର ମଧ୍ୟରେ ରହିବ ।ଉତ୍ତର ଦିଗରୁ ପବନ ବହୁଥିବାରୁ ସାମାନ୍ୟ ଥଣ୍ଡା ଅନୁଭୂତ ହେଉଛି । ୩ ଦିନ ପରେ ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବା ସହ ସକାଳେ ତାପମାତ୍ରା ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇବ । ଭୁବନେଶ୍ବରର ତାପମାତ୍ରା ୩୪ ଡିଗ୍ରୀ ପର୍ଯ୍ୟନ୍ତ ଯାଇପାରେ ।କିଛି କିଛି ସ୍ଥାନରେ ୩୬ ଡିଗ୍ରୀ ଛୁଇଁପାରେ ପାରଦ
Related Posts
ପୂର୍ବ ଶତୃତାରୁ ମରଣାନ୍ତରକ ଆକ୍ରମଣ; ଅଭିଯୁକ୍ତ ଗିରଫ
4 February 2023
ବାଘ ମଣିଷ ମୁହାଁମୁହିଁ : ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି
4 February 2023