ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ବନ୍ଧାହେଲେ ଅବସର ପ୍ରାପ୍ତ ସେନା କର୍ମଚାରୀ

Published By : Prameya-News7 Bureau | May 31, 2022 IST

ନୀଳଗିରି ୩୧।୦୫: ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ । ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଛି । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ବରମପୁର ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି ।

ଖବର ଅନୁଯାୟୀ, ନାବାଳାକିଙ୍କୁ ସେହି ଅଞ୍ଚଳ ଜଣେ ୬୨ ବର୍ଷୀୟ ଅବସରପ୍ରାପ୍ତ ସେନା କର୍ମଚାରୀ ଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଛି । ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା । ପରେ ଘଟଣାର ତଦନ୍ତ କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି । ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡିଛି ।   

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.