ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

ରଙ୍ଗ ଲଗାଇବା ବାହାନାରେ ଯୁବତୀଙ୍କୁ ଦୁଷ୍କର୍ମ ଉଦ୍ୟମ ! ପୂର୍ବ ବିବାଦରୁ ରାଗ ସୁଝାଇଲେ ଶିକ୍ଷକ

16/03/2023 at 1:33 PM

ଭଦ୍ରକ ୧୬।୩: ଘରୋଇ ବିବାଦକୁ ନେଇ ଯୁବତୀଙ୍କୁ ଦୁଷ୍କର୍ମ ଉଦ୍ୟମ । ହୋଲିରେ ରଙ୍ଗ ଲଗାଇବା ବାହାନାରେ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଞ୍ଚଳରୁ ଏଭଳି ଅଭିଯୋଗ ଆସିଛି । ଏମିତି କି ପୋଲିସ କାର୍ଯ୍ୟାନୁଷ୍ଠାନ ନ ନେବାରୁ ଯୁବତୀ ଓ ତାଙ୍କ ପରିବାର ଏସପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଧିନ କଟିନା ଗାଁରେ ଜନୈକ ଶିକ୍ଷକଙ୍କର ଯୁବତୀଙ୍କ ପରିବାର ସହ ବିବାଦ ରହିଥିବା । ତେବେ ହୋଲି ଦିନ ରଙ୍ଗ ଲଗାଇବା ବାହାନାରେ ଶିକ୍ଷକ ଜଣକ ଯୁବତୀଙ୍କ ଘରକୁ ଯାଇଥିଲେ । ସେଠାରେ ସେ ଦୁଷ୍କର୍ମ ଉଦ୍ୟମ କରିଥିବା ଯୁବତୀ ଅଭିଯୋଗ କରିଛନ୍ତି । ତେବେ ଶିକ୍ଷକଙ୍କ ସମେତ ତାଙ୍କ ସ୍ତ୍ରୀ ମଧ୍ୟ ତାଙ୍କୁ ଧମକ ଦେଇଥିବା ଯୁବତୀ କହିଛନ୍ତି । ଘଟଣା ଦିନ ଯୁବତୀଙ୍କ ପାଟି ଶୁଣି ପଡୋଶୀମାନେ ଆସିଯିବାରୁ ଶିକ୍ଷକ ଓ ତାଙ୍କ ସ୍ତ୍ରୀ ଘରୁ ପଳାଇ ଯାଇଥିଲେ । ଏନେଇ ଯୁବତୀଙ୍କ ପରିବାର ଲୋକେ ବନ୍ତ ଥାନାରେ ଲିଖିତ ଏତଲା ଦେଇଥିଲେ । ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନ ନେବାରୁ ଭଦ୍ରକ ଏସପିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଯୁବତୀଙ୍କ ପରିବାର ନିବେଦନ କରିଛନ୍ତି । ଘଟଣାକୁ ନେଇ ପୋଲିସ ତରଫରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

   Related Posts