ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

EEVE ମ୍ୟାନୁଫ୍ୟାକଚରିଂ ୟୁନିଟରେ ଅଗ୍ନିକାଣ୍ଡ, ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ

1/10/2022 at 9:59 AM

ଚଣ୍ଡିଖୋଲ ୦୧/୧୦: ଯାଜପୁର ଜିଲ୍ଲା ବଡ଼ଚଣା ଠାରେ ଥିବା ଇଭିଇ ବିଦ୍ୟୁତ ସ୍କୁଟି ମ୍ୟାନୁଫ୍ୟାକଚରିଂ ୟୁନିଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ସକାଳୁ ସକାଳୁ ଏହି ଅଗ୍ନିକାଣ୍ଡ ଘଟିଛି । ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀର ଦୁଇଟି ଗାଡି ପହଁଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଚଳାଇଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଥିବା ସନ୍ଦେହ କରାଯାଉଛି ।

ଅଗ୍ନିକାଣ୍ଡରେ କେତେ ପରିମାଣର କ୍ଷୟ କ୍ଷତି ହୋଇଛି ଏନେଇ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ଚିତ୍ର ମିଳିନି । ତେବେ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି । ସୂଚନା ଥାଉକି, ଦୀର୍ଘ ଦିନ ଏଠାରେ ବିଦ୍ୟୁତ ସ୍କୁଟି ମ୍ୟାନୁଫ୍ୟାକଚରିଂ ୟୁନିଟ ଚାଲୁ ରହିଥିଲା । ଏ ନେଇ ସମ୍ପୃକ୍ତ ସଂସ୍ଥା ପକ୍ଷରୁ କୌଣସି ସୂଚନା ଦିଆଯାଇନି ।

   Related Posts