ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ଦୁଇ ଡ୍ରାଇଭର ଓ ୬ ଯାତ୍ରୀ ଆହତ

28/05/2019 at 9:10 AM

ବଲାଙ୍ଗିର ୨୮|୫: ବଲାଙ୍ଗିର ଦୁର୍ଘଟଣା ହୋଇଛି । ଏକ ଯାତ୍ରୀବାହୀ ବସ୍ ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ୮ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ହନୁମାନ ମନ୍ଦିର ନିକଟରେ ଦୁର୍ଘଟଣା ହୋଇଛି । ଏକ ଯାତ୍ରୀବାହୀ ବସ୍ ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ବସ୍ ଏବଂ ଟ୍ରକ୍ ଡ୍ରାଇଭର ଆହତ ହୋଇଥିବାବେଳେ ବସ୍ ରେ ଥିବା ୬ ଜଣ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି ।

‘ସାନ୍‌’ ନାମକ ବସ୍ ଟି ଭୁବନେଶ୍ବରରୁ ଭବାନୀପାଟଣା ଫେରୁଥିବା ବେଳେ ଦୁର୍ଘଟଣା ହୋଇଛି । ଖବର ପାଇ ଘଟଣାସ୍ଥଳେ ସଇଁତଳା ଥାନା ପୋଲିସ ପହଞ୍ଚି ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରିଛି । ଘଟଣାସ୍ଥଳରେ ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts