Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅବପାତର ରୂପ ନେଲା ଲଘୁଚାପ, ସୋମବାରଠୁ କମିବ ବର୍ଷା
  • ||
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

ମହାରାଷ୍ଟ୍ରରେ ଏବେ ସିନ୍ଦେ ସରକାର, ଉପମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡନବିସ ନେଲେ ଶପଥ

30/06/2022 at 8:01 PM

ମୁମ୍ୱାଇ: ଏକାନାଥ ସିନ୍ଦେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି । ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଛନ୍ତି। ସିନ୍ଦେ ମରାଠୀରେ ଶପଥ ନେଇଛନ୍ତି। ସେହିପରି ଦେବେନ୍ଦ୍ର ଫଡନବିସ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଏହା ପୂର୍ବରୁ ଦେବେନ୍ଦ୍ର ଫଡନବିସ ଘୋଷଣା କରି ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ହେବେ ବୋଲି କହିଥିଲେ। ଏହାସହ ସେ ନିଜେ ସରକାର ବାହାରେ ରହିବେ ବୋଲି ମଧ୍ୟ ଘୋଷଣା କରିଥିଲେ । କିନ୍ତୁ ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନିଜେ ଟ୍ୱିଟ୍ କରି ଦେବେନ୍ଦ୍ର ଫଡନବିସ ଉପ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଦଳ ଚାହୁଁଥିବା କହିଥିଲେ।

ପାଞ୍ଚ ବର୍ଷ ଯାଏଁ ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଥିବା ଦେବେନ୍ଦ୍ର ଫଡନବିସ ଉପ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି। ଅନ୍ୟପଟେ ସିନ୍ଦେଙ୍କ ସମର୍ଥକ ମଧ୍ୟ ନାରାବାଜି କରିଥିଲେ।

ଶପଥ ଗ୍ରହଣ ସମୟରେ ଏକନାଥ ସିନ୍ଦେଙ୍କ ପୁରା ପରିବାର ରାଜଭବନରେ ଉପସ୍ଥିତ ଥିଲା। ତେବେ ଶପଥ ଗ୍ରହଣ ସମାରୋହରେ ଶିବସେନାର ବିଦ୍ରୋହୀ ବିଧାୟକ ଉପସ୍ଥିତ ନଥିଲେ। ଉଲ୍ଲେଖଯୋଗ୍ୟ ଯେ, ବିଦ୍ରୋହୀ ବିଧାୟକମାନେ ବର୍ତ୍ତମାନ ଗୋଆର ହୋଟେଲରେ ଅଛନ୍ତି। ତେବେ ଶପଥ ଗ୍ରହଣ ସମୟରେ ହୋଟେଲରେ ଉତ୍ସବ ମନାଇଥିଲେ ।

   Related Posts